ଅପରାଧ ରାଜ୍ୟ

କଳିଙ୍ଗା ଘାଟିରେ ବସ ଓଲଟି ୬ ମୃତ

ଭଞ୍ଜନଗର: ଗଞ୍ଜାମ -କନ୍ଧମାଳ ସୀମାନ୍ତ ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ରାତି ପ୍ରାୟ ଗୋଟାଏରେ ଏକ ଟୁରିଷ୍ଟ ବସ ଓଲଟି ୬ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରେ ୪ ପୁରୁଷ ଓ ୨ ମହିଳା ଥିବା ପୁଲିସ କହିଛି। ପୁଲିସ ଓ ଦମକାଳବାହିନୀ ସହାୟତାରେ ଗୁରୁତରମାନଙ୍କୁ ଉଦ୍ଧାର କରାଯାଇଛି। ୪୨ ଜଣ ଆହତ ହୋଇଥିବାବେଳେ ୧୪ ଜଣଙ୍କୁ ଗୁରୁତର ଅବସ୍ଥାରେ ମେକେସିଜିରେ ଭର୍ତ୍ତି କରାଯାଇଥିବାବେଳେ ୧୬ଜଣଙ୍କୁ ଭଞ୍ଜନଗର ହସପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟମାନେ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି।

ପଶ୍ଚିମବଙ୍ଗର ଏକ ଟୁରିଷ୍ଟ ବସ ୭୭ ଜଣ ଯାତ୍ରୀଙ୍କୁ ନେଇ ଯାତ୍ରା କରୁଥିଲା। ଉକ୍ତ ବସଟି ଦାରିଙ୍ଗବାଡିରେ ପହଞ୍ଚିବା ପରେ ଲୋକେ ସେଠାରେ ବୁଲାବୁଲି କରି ବିଶାଖାପାଟଣା ଅଭିମୁଖେ ବାହାରିଥିଲେ। ତେବେ କଳିଙ୍ଗା ଘାଟିରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ବସଟି ଓଲଟି ପଡିଥିଲା। rଦୁର୍ଘଟଣା ପରେ ରାସ୍ତା ଜାମ ହୋଇଯାଇଥିଲା। ଦମକଳବାହିନୀ ଓ ପୁଲିସ ସହ ଦୁର୍ଗାପ୍ରସାଦର ଯୁବକ ସଂଘ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ସମସ୍ତ ଯାତ୍ରୀ ପଶ୍ଚିମବଙ୍ଗର ବୋଲି ପୁଲିସ ସୂଚନା ଦେଇଛି। ମୃତକଙ୍କ ପରିଚୟ ଜଣାପଡିନାହିଁ। ପୁଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।