ରାଜ୍ୟ ସ୍ପେଶାଲ ରିପୋର୍ଟ

କାକଟପୁର, ଡେଲାଙ୍ଗ, ସାତପଡ଼ାକୁ ଗଡ଼ିବ ‘ମୋ ବସ୍‌’

ଭୁବନେଶ୍ୱର: ଜୁଲାଇ ୧ରୁ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ର ‘ମୋ ବସ୍‌’ ୧୩ଟି ନୂଆ ରୁଟ୍‌ରେ ସେବା ପ୍ରଦାନ କରିବ। ଦୀର୍ଘ ଦିନରୁ ରହିଥିବା ଦାବି ଓ ଜନସାଧାରଣଙ୍କ ଚାହିଦା ଆଧାରରେ କ୍ରୁଟ୍‌ ଏହି ନୂଆ ୧୩ଟି ରୁଟ୍‌କୁ ଯୋଡ଼ିଛି। ନୂଆ ରୁଟ୍‌ ସବୁ ଭୁବନେଶ୍ୱର, କଟକ ଓ ପୁରୀ ସହରାଞ୍ଚଳ ପରିବହନ କ୍ଷେତ୍ରରେ ଉପଲବ୍ଧ ହେବ।

ପ୍ରଥମ ଥର ପାଇଁ ଏହି ବ୍ୟବସ୍ଥାରେ କାକଟପୁର, ସାତପଡ଼ା ଓ ଡେଲାଙ୍ଗ ଯୋଡ଼ି ହୋଇଛନ୍ତି। ଏହି ନୂଆ ରୁଟ୍‌ ଗୁଡିକରେ ‘ମୋ ବସ୍‌’ ସେବା ଦ୍ୱାରା ରାଜଧାନୀ ତଥା ଅନ୍ୟ ସବୁ ଅଞ୍ଚଳର ସାଧାରଣ ପରିବହନ ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆସିବ। ସ୍ଥାନୀୟ ଲୋକଙ୍କ ସହ ପର୍ଯ୍ୟଟକମାନେ ମଧ୍ୟ ବିଶେଷ ଉପକୃତ ହେବେ। ଏହି ସବୁ ଅଞ୍ଚଳର ପ୍ରମୁଖ ହବ୍‌ଗୁଡ଼ିକୁ ସଂଯୋଗ କରୁଥିବା ଏହି ରୁଟ୍‌ସବୁ ନିରନ୍ତର ସାଧାରଣ ପରିବହନ ସେବା ସୁନିଶ୍ଚିତ କରିବ ବୋଲି କ୍ରୁଟ୍‌ ପକ୍ଷରୁ କୁହାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।