ଅପରାଧ ରାଜ୍ୟ

କାର୍‌ ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ, ମୃତଦେହ ରଖି ରାଜପଥ ଅବରୋଧ କଲେ ଗ୍ରାମବାସୀ

ମାଲକାନଗିରି, ୨୨/୦୫: ସଡକ ଦୁର୍ଘଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । ରାସ୍ତା ଉପରେ ମୃତଦେହ ରଖି ମାଲକାନଗିରି-ଜୟପୁର ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ । ମାଲକାନଗିରି ଜିଲ୍ଲା ଗୋଟିଯୋଡି ଗାଁ ନିକଟରେ ବାଇକ ଓ କାର ମଧ୍ୟରେ ଦୁର୍ଘଟଣା ହୋଇଥିଲା । ଏଥିରେ ଗୁରୁ ହନ୍ତାଳ ନାମକ ଜଣେ ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଥିଲେ । ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ଲାଗି ମେଡିକାଲ ନିଆଯାଉଥିବା ସମୟରେ ରାସ୍ତାରେ ସେ ପ୍ରାଣ ହରାଛନ୍ତି ।

ମୃତ ଗୁରୁ ହନ୍ତାଳ କାମ ସାରି ନିଜ ଗାଁ ଭାଲୁଗୁଡା ଯିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା । କ୍ଷତିପୂରଣ ଦାବିରେ ଗାଁ ଲୋକେ ରାସ୍ତା ରୋକ କରିଛନ୍ତି । ଫଳରେ ମାଲକାନଗିରି ଠାରୁ ଜୟପୁର ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜ ପଥରେ ଅନେକ ଯାନ ବାହାନ ଅଟକି ରହିଛି । ମାଲକାନଗିରି ଆଦର୍ଶ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝା ସୁଝା କରୁଛି । ହେଲେ କାର ଚାଳକଙ୍କୁ ଗିରଫ ନକରାଯିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଭାଲୁଗୁଡା ଗାଁ ଲୋକେ କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।