ରାଜ୍ୟ

କାର୍ ସହ ଟ୍ୟାଙ୍କରର ମୁହାଁମୁହିଁ ଧକ୍କା: ଚାଲିଗଲା ବାପା, ମା ଓ ଛୁଆର ଜୀବନ

କୋରାପୁଟ/ ପଟାଙ୍ଗୀ: କୋରାପୁଟ ଜିଲ୍ଲା ପଟାଙ୍ଗୀ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି। ଏଠାରେ ଏକ କାର୍ ସହ ଟ୍ୟାଙ୍କରର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ଘଟିଛି।  ତେବେ ଏଯାଏ ମୃତକଙ୍କର ପରିଚୟ ମିଳିନାହିଁ।

ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୬ଟା ବେଳେ ଜୟପୁରରୁ ଏକ କାର( ଓଡି୧୦ପି ୫୯୧୨)ରେ ଗୋଟିଏ ପରିବାରର ତିନିଜଣ ସଦସ୍ୟ(ବାପା,ମା ଓ ଛୁଆ) ବିଶାଖାପାଟଣା ଅଭିମୁଖେ ଯାଉଥିଲେ। ଅପରପକ୍ଷରେ ଏକ ଟ୍ୟାଙ୍କର ବିଶାଖାପାଟଣାରୁ ଦାମନଯୋଡ଼ି ଅଭିମୁଖେ ଆସୁଥିଲା। ଜାତୀୟ ରାଜପଥ-୨୬ର ପୁଙ୍ଗାର ଗାଁ ନିକଟରେ ଉକ୍ତ ଦୁଇଟି ଗାଡ଼ି ମଧ୍ୟରେ  ମୁହାଁମୁହିଁ ଧକ୍କା ହୋଇଥିଲା। ଏହା ଫଳରେ ଘଟଣାସ୍ଥଳରେ ହିଁ ୩ଜଣଙ୍କର ପ୍ରାଣହାନି ଘଟିଥିଲା। ଖବର ପାଇ  ପଟାଙ୍ଗୀ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବବ୍ୟବଚ୍ଛେଦ ଲାଗି ଡାକ୍ତରଖାନାକୁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।