ରାଜ୍ୟ

କାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ: ଜନତା ମଇଦାନରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏଥିପାଇଁ ଜନତା ମଇଦାନରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ ୪ ସେଡସରେ ବସିବେ ସୁଭଦ୍ରା ହିତାଧିକାରୀ, ଭିଆଇପି, ଭି ଭି ଆଇପିଙ୍କ ଠୁଁ ଆରମ୍ଭ କରି ନେତା, ମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଣମାଧ୍ୟମ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ। ସମସ୍ତଙ୍କୁ ପାଇଁ ସ୍ଥାନ ନିର୍ଦ୍ଧାରିତ ହୋଇଛି।

ସଭାସ୍ଥଳରେ ଆବଶ୍ୟକୀୟ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯାଇଛି। ଖାଦ୍ୟ, ପାନୀୟ, ଶୌଚାଳୟ ଆଦିର ବ୍ୟବସ୍ଥା ହୋଇଛି। ୪ଟି ସେଡସ ଭିତରୁ ପ୍ରତି ସେଡରେ ୧୦ରୁ ଉର୍ଦ୍ଧ୍ବ ଏଲଇଡି ଲଗାଯାଇଛି। ଜନତା ମଇଦାନର ୭ ନମ୍ବର ଗେଟ ଦେଇ ପ୍ରଧାନମନ୍ତ୍ରୀଙ୍କ କାର୍କେଡ ପ୍ରବେଶ କରିବ। ସେଥିପାଇଁ ଅସ୍ଥାୟୀ ରାସ୍ତା ପ୍ରସ୍ତୁତ ହୋଇଛି। ସାଧାରଣ ଦର୍ଶକ ବା ହିତାଧିକାରୀ ପ୍ରବେଶ ପାଇଁ ଗାନ୍ଧୀ ପାର୍କ ସମ୍ମୁଖ ଗେଟ୍ ଦେଇ ପ୍ରବେଶ କରିବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।