ଅପରାଧ ରାଜ୍ୟ

କାଳୀ ମନ୍ଦିର ସାମ୍ନାରେ ପଡିଛି ମୃତଦେହ, କାରଣ ଖୋଜୁଛି ପୋଲିସ

ଖଲ୍ଲିକୋଟ ୧୪।୦୬: କାଳୀ ମନ୍ଦିର ସମ୍ମୁଖରେ ପଡିଛି ଯୁବକଙ୍କ ମୃତଦେହ। ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଜାତୀୟ ରାଜପଥ ନିକଟ କାଳୀ ମନ୍ଦିର ସମ୍ମୁଖରୁ ଠାବ ହୋଇଛି ମୃତଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ଛତ୍ରପୁର ବିଦ୍ୟାଧର ନଗର ଅଞ୍ଚଳ ବାବୁଲା ବେହେରା ଏବଂ ତାଙ୍କ ନିଜ ଘର ଗଞ୍ଜାମ କାଇଁଚପୁର ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଆଜି ସକାଳୁ ମନ୍ଦିର ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ପରେ ଛତ୍ରପୁର ଥାନାକୁ ମୃତଦେହ ପଡିଥିବା ନେଇ ଖବର ଦିଆଯାଇଥିଲା । ଘଟଣାର ଖବର ପାଇ ଗଞ୍ଜାମ ଅତିରିକ୍ତ ଏସପି ପି.କେ. ଦଳେଇ, ଏସଡ଼ିପିଓ ଗୌତମ କିଷାନ, ଥାନା ଅଧିକାରୀ ସତ୍ୟରଞ୍ଜନ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଅଧିକ ତଦନ୍ତ ପାଇ ସାଇଣ୍ଟିଫିକ୍‌ ଟିମ ପହଞ୍ଚି ଛାନଭିନ ଜାରି ରଖିଛି । ଘଟଣାସ୍ଥଳରେ ପଡ଼ିଥିବା ମଦ ପାଉଚ ଓ ଖାଦ୍ୟ ସାମଗ୍ରୀର ନମୁନା ସଂଗ୍ରହ କରିଛି ପୋଲିସ |

ତେବେ ମୃତ ଯୁବକ କେବିବି ଏହି ସ୍ଥାନକୁ ଆସୁନଥିବା ବେଳେ କିପରି ଏଠାକୁ ଆସିଛନ୍ତି ତାହାର କାରଣ ଏବେ ସୁଦ୍ଧା ଜଣାପଡିନାହିଁ । ଯୁବକଙ୍କର ମୃତ୍ୟୁ କିପରି ହେଲା, ତାହା ଅସ୍ପଷ୍ଟ ରହିଛି । ପୋଲିସ ସମସ୍ତ ଦିଗକୁ ନେଇ ଖୋଳତାଡ କରୁଛି | ଏହା ହତ୍ୟା ନା ଆଉ କିଛି ଶବ ବ୍ୟବଛେଦ ରିପୋର୍ଟ ଆସିଲେ ପ୍ରକୃତ ସତ୍ୟତା ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି |

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।