ରାଜ୍ୟ ସ୍ୱାସ୍ଥ୍ୟ

କୁଚିଣ୍ଡା: କରୋନାରେ ଜଣଙ୍କର ମୃତ୍ୟୁ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡରେ ଜଣେ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ ହୋଇଥିବା କୁହାଯାଉଛି। ମୃତକ ଜଣଙ୍କ କରୋନାରେ ସଂକ୍ରମିତ ଥିଲେ। ତାଙ୍କ ଘର କୁଚିଣ୍ଡା ବ୍ଲକ୍ ଲସା ଅଞ୍ଚଳର ବୋଲି ଜଣାପଡ଼ିଛି। ତାଙ୍କର ବୟସ ୫୫ ବର୍ଷ। ସେ ଘରେ ରହି ଚିକିତ୍ସିତ ହେଉଥିଲେ। ଅବସ୍ଥା ଗୁରୁତର ହେବାରୁ ଘରଲୋକେ ତାଙ୍କୁ କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।
ମୁଖ୍ୟ ଚିକିତ୍ସା ଅଧିକାରୀ ଏ ବାବଦରେ ଉପଜିଲ୍ଲାପାଳ ଏବଂ ପୌର ପରିଷଦ ଅଧିକାରୀଙ୍କୁ ସୂଚନା ଦେଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ଅନ୍ତିମ ସଂସ୍କାର କରାଯାଇ ନାହିଁ। କୋଭିଡ୍ ଗାଇଡ୍‌ଲାଇନ୍ ଅନୁଯାୟୀ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ଖବର ମିଳିଛି। କୁଚିଣ୍ଡା ଅଞ୍ଚଳରେ ଏହା ବର୍ଷର ପ୍ରଥମ କରୋନା ମୃତ୍ୟୁ ବୋଲି ଜଣାପଡ଼ିଛି। ତେବେ ସେ କରୋନା ଟିକା ନେଇଥିଲେ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ