ରାଜ୍ୟ

କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ମହାପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି।  ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାକାଳୀନ ୫ଟି ସ୍ଥାନରେ ଚଢାଉ କରିଥିଲା ଭିଜିଲାନ୍ସ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ  ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ୪ ଜଣ ଡିଏସପି,  ଜଣେ ଏଏସ୍ କମାଣ୍ଡାଣ୍ଟ, ୫ ଜଣ ଇନ୍ସପେକ୍ଟର ଓ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ୫ଟି ସ୍ଥାନରେ ଚଢଉ ହୋଇଛି। ଭିଜିଲାନ୍ସ ପକ୍ଷରୁ ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଭୁବନେଶ୍ୱର,  କେନ୍ଦ୍ରାପଡ଼ା, କଟକ କଲ୍ୟାଣୀନଗର ସମେତ ୫ ଜାଗାରେ ଚଢାଉ ଚାଲିଥିଲା। ତାଙ୍କର କଟକ ଓ ଭୁବନ‌େଶ୍ବରରେ ଦୁଇଟି ଦାମୀ ଫ୍ଲାଟ୍ ଠାବ କରାଯାଇଛି। ପ୍ରଦୀପଙ୍କ ନାଁରେ ୨ କୋଟି ୮୬ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଥିବା ବେଳେ ନଗଦ କ୍ୟାସ୍ ବି ଜବତ କରାଯାଇଛି। ଗତକାଲି ଚଢ଼ାଉ ବେଳେ ଅନେକ ସୁନା ଅଳଙ୍କାର ମଧ୍ୟ ଜବତ କରିଥିଲା ଭିଜିଲାନ୍ସ ଟିମ୍।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।