ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

କେଶରୀ ମଲ୍‌ରେ ପୁଣି ଅଗ୍ନିକାଣ୍ଡ, ପ୍ରଥମ ଓ ଦ୍ୱିତୀୟ ମହଲାରେ ଲାଗିଛି ନିଆଁ

ଭୁବନେଶ୍ୱର ୧୨।୦୬: କେଶରୀ ମଲ୍‌ରେ ପୁଣି ଅଗ୍ନିକାଣ୍ଡ । ଭୁବନେଶ୍ୱର କେଶରୀ ମଲ୍‌ର ପ୍ରଥମ ଓ ଦ୍ୱିତୀୟ ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଲାଗିଛି । ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରହିଛି ।

ଖବର ଅନୁଯାୟୀ, ରଜ ପାଇଁ କେଶରୀ ମଲ୍‌ରେ ପ୍ରବଳ ଭିଡ ଲାଗିରହିଥିଲା । ହଠାତ୍‌ ଏହି ସମୟରେ କେଶରୀ ମଲ୍‌ର ପ୍ରଥମ ଓ ଦ୍ୱିତୀୟ ମଲ୍‌ରେ ନିଆଁ ଲାଗିଥିବାର ଖବର ମିଳିଥିଲା । ଯାହାକୁ ଶୁଣି ମଲ୍‌ରେ ଥିବା ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଯାଇଥିଲା । ତେବେ ସର୍ଟ ସର୍କିଟ ଯୋଗୁଁ ମଲ୍‌ରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

ସୂଚନାଯୋଗ୍ୟ ଯେ, ଗତ ମାସରେ ମଧ୍ୟ ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ନିକଟରେ ଥିବା କେଶରୀ ମଲ୍‌ରେ ଅଗ୍ନିକାଣ୍ଡ ହୋଇଥିଲା । ମଲ୍‌ର ୬ରୁ ୭ଟି ଶୋ ରୁମ୍‌ରେ ନିଆଁ ଲାଗିଥିଲା । ରାତି ପ୍ରାୟ ସାଢ଼େ ୧୨ ସମୟରେ ନିଆଁ ଲାଗିଥିବା ବେଳେ ୪୫ ମିନିଟ୍‌ର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।