ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

କୌଣସି କାମରେ ଗାଁ ବାହାରକୁ ଯାଉଥିଲେ, ରାସ୍ତାରେ କଚାଡ଼ି ମାରିଦେଲା ହାତୀ

ଢେଙ୍କାନାଳ ୨୬।୧୦: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ଥମିବାର ନାଁ ଧରୁନି । ଏପରିକି ଜଣେ ଅବସର ପ୍ରାପ୍ତ ଶିକ୍ଷକଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଥିବା ଖବର ମିଳିଛି ।

ଖବର ଅନୁଯାୟୀ, ବାରିହାପୁର ଗାଁର ଅବସରପ୍ରାପ୍ତ ଶିକ୍ଷକ କାଳନ୍ଦି ଅନ୍ୟ ଗାଁକୁ କୈାଣସି କାମରେ ଯାଉଥିଲେ । କିନ୍ତୁ ସେ ସାଇକେଲରେ ଯାଉଥିବା ବେଳେ ବାଟରେ ହାତୀ ସହ ମୁହାଁମୁହିଁ ହୋଇଯାଇଥିଲେ। । ଯାହାଫଳରେ ହାତୀଟି ତାଙ୍କୁ ଶୁଣ୍ଡରେ କଚାଡି ଦେଇଥିଲା । ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲ , ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ