ଦେଶ ବିଦେଶ

ଖାତକୁ ଟ୍ରାକ୍ଟର ଖସି ୮ ମୃତ, ୨୬ ଆହତ

ନୂଆଦିଲ୍ଲୀ: ରାଜସ୍ଥାନର ଝୁନଝୁନୁ ଜିଲ୍ଲାରେ ସୋମବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ୩୪ ଜଣଙ୍କୁ ନେଇ ସଂକୀର୍ଣ୍ଣ ପାହାଡିଆ ରାସ୍ତାରେ ଆସୁଥିବାବେଳେ ଖାତକୁ ଖସିପଡିବାରୁ ୮ଜଣଙ୍କ ମୃତ୍ୟୁ ହୋଇଛି। ଉକ୍ତ ଘଟଣାରେ ୨୬ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୬ ମହିଳା ଥିବାବେଳେ ଦୁଇଜଣ ଛୋଟ ପିଲା ଅଛନ୍ତି। ଗୁରୁତରମାନଙ୍କୁ ଝୁନଝୁନୁ ଓ ସିକର ଜିଲ୍ଲାର ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଝୁନଝୁନୁ ଜିଲ୍ଲାପାଳ ଖୁସାଲ ୟାଦବ କହିଛନ୍ତି ଯେ, ଏକ ପାହାଡ ଉପରେ ଥିବା ମାନସା ମାତା ମନ୍ଦିରରେ ଏକ ଧାର୍ମିକ କାର୍ଯ୍ୟକ୍ରମ ଚାଲିଥିଲା।

ସେଠାକୁ ଏକ ଟ୍ରାକ୍ଟରର ଟ୍ରଲିରେ ବସି ୩୪ଜଣ ଯାଇଥିଲେ। ସେଠାରୁ ପାହାଡିଆ ରାସ୍ତାରେ ଫେରୁଥିବାବେଳେ ଟ୍ରାକ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ସମସ୍ତ ଗୁରୁତରଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୮ଜଣଙ୍କ ମୃତ୍ୟୁ ହୋଇଛି। ରାଷ୍ଟ୍ର ମନ୍ତ୍ରୀ ରାଜେନ୍ଦ୍ର ସିଂହ ଗୁଧା ଘଟଣାସ୍ଥଳରେ ପହଞ୍ଚିଥିଲେ। ସେଠାରୁ ଉଦୟପୁରୱାଦି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଗୁରୁତରମାନଙ୍କ ସହିତ ମିଶି ସେମାନଙ୍କ ଆରୋଗ୍ୟ କାମନା କରିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ