ରାଜ୍ୟ ସ୍ପେଶାଲ ରିପୋର୍ଟ

ଖୁବ୍‌ଶୀଘ୍ର କନ୍ଧମାଳକୁ ମାଓମୁକ୍ତ କରାଯିବ: ଅମିତାଭ ଠାକୁର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଫୁଲବାଣୀ : କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତରେ ଗତକାଲି କମ୍ବିଂ ଅପରେସନ ବେଳେ ସୁରକ୍ଷା କର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଅପରେସନ ବେଳେ ୧୦ରୁ ୧୫ ଜଣ ମାଓବାଦୀ ଥିଲେ। ତେବେ, ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ମହିଳା କ୍ୟାଡର ମାଓବାଦୀ ମୃତ୍ୟୁବରଣ କରିଥିବା ବେଳେ ବହୁ ମାଓବାଦୀ ଆହତ ହୋଇଛନ୍ତି। ଫୁଲବାଣୀର ମାଦିକୁନ୍ଦାସ୍ଥିତ ରିଜର୍ଭ ପୁଲିସ ପଡ଼ିଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀ‌ରେ ପୁଲିସ ଆଇଜି (ଅପରେସନ୍‌) ଅମିତାଭ ଠାକୁର ଏହା କହିଛନ୍ତି। ମୃତ ମହିଳା ମାଓବାଦୀଙ୍କ ମଧ୍ୟରୁ ଜଣଙ୍କର ପରିଚୟ ମିଳିଥିବା ବେଳେ ଅନ୍ୟ ଜଣଙ୍କର ପରିଚୟ ମିଳି ପାରିନାହିଁ। ଜଣେ ହେଉଛି ଛତିଶଗଡ଼ ଅଞ୍ଚଳର ମାଓ କ୍ୟାଡର୍‌ କମଳା ବୋଲି ଶ୍ରୀ ଠାକୁର ସୂଚନା ଦେଇଛନ୍ତି।

ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନକୁ ଦୃଷ୍ଟିରେ ରଖି ଏସ୍‌ଓଜି-ଡିଭିଏଫ୍‌ ଯବାନଙ୍କ ପକ୍ଷରୁ କମ୍ବିଂ ଅପରେସନ ଚାଲିଥିବାବେଳେ କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା ଓ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ସୀମାନ୍ତ ଗୋଛାପଡ଼ା ଥାନା ଅଞ୍ଚଳର ମାଟାକୁପା ସଂରକ୍ଷିତ ଜଙ୍ଗଲରେ ଉଭୟ ପକ୍ଷ ମୁହାଁମହିଁ ହୋଇଥିଲେ। ଦୀର୍ଘସମୟ ଧରି ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିବା ପରେ ସୁରକ୍ଷା କର୍ମୀଙ୍କ ଗୁଳିରେ କେକେବିଏନ୍‌ ମାଓ ଡିଭିଜନର ଦୁଇ ମହିଳା ମାଓବାଦୀଙ୍କର ପ୍ରାଣ ଚାଲିଯାଇଥିଲା। ଏହାପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ସମ୍ପୃକ୍ତ ଅଞ୍ଚଳରେ ପୁଲିସ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋର୍‌ଦାର୍‌ କରାଯାଇଛି।

ଘଟଣାସ୍ଥଳରୁ ଗୋଟିଏ ଇନ୍‌ସାସ ରାଇଫଲ, ୩ଟି ଦେଶୀ ବନ୍ଧୁକ ସମେତ ମାଓପୁସ୍ତିକା, ବିଦ୍ୟୁତ୍‌ ତାର, ସୋଲାର ପ୍ଲେଟ୍‌, ନଗଦ ପାଞ୍ଚ ହଜାର ୮ ଶହ ଟଙ୍କା, ଜୀବନ୍ତ ଗୁଳି, ଔଷଧ, ପୋଷାକ ଆଦି ମାଓ ସାମଗ୍ରୀ ବିପୁଳ ପରିମାଣରେ ଜବତ କରାଯାଇଛି। କନ୍ଧମାଳ ଜିଲ୍ଲାରେ ମାଓ ଗଡ଼କୁ ଧ୍ବଂସ କରିବାକୁ ପୁଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି ବୋଲି ଆଇଜି (ଅପରେସନ) ଶ୍ରୀ ଠାକୁର ସୂଚନା‌ ଦେଇଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଇଣ୍ଟେଲିଜେନ୍‌ସ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଅତିରିକ୍ତ ନିର୍ଦ୍ଦେଶକ (ଆଇବି) ଋତିକ ରୁଦ୍ର, ସିଆରପିଏଫ୍‌ ଏଡିଜି ବିଠଲ କୁମାର, ଯୁଗ୍ମ ନିର୍ଦ୍ଦେଶକ (ଏସ୍‌ଆଇବି) ଆର୍‌. ସୁବର୍ଣ୍ଣ, ଡିଆଇଜି ଅନିରୁଦ୍ଧ ସିଂହ, ସିଆରପିଏଫ୍‌ ଆଇଜି ଏସ୍‌.କେ. ମହାନ୍ତି, ସିଆରପିଏଫ ଆଇଆଇସି ସତ୍ୟପ୍ରକାଶ, ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ, ସିଆରପିଏଫ ୧୨୭ ବାଟାଲିୟନ କମାଣ୍ଡାଣ୍ଟ ଆନନ୍ଦ ଝା ଓ କନ୍ଧମାଳ ଏସ୍‌ପି ଭିନୀତ୍‌ ଅଗ୍ରୱାଲ୍‌ ପ୍ରମୁଖ ଉପସ୍ଥିତ ଥିଲେ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।