ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ନୂଆ ୨୦୮ କରୋନା ପଜିଟିଭ୍ ଚିହ୍ନଟ, ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୬

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୦୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୬୯୧ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୭୩୭ ଜଣ ଆକ୍ରାନ୍ତ। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮, ବରଗଡ଼ରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୫, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୨୨, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୩୩, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୩୬, ପୁରୀରୁ ୯, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୫, ଓ ସୁନ୍ଦରଗଡ଼ରୁ ୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ