ଅପରାଧ ରାଜ୍ୟ

ଗୋ-ଗ୍ୟାସ୍‌ ଡିପୋରେ ନିଆଁ, ଜଳିଗଲେ କର୍ମଚାରୀ

ସମ୍ବଲପୁର ୩୧।୦୫: ଗୋ-ଗ୍ୟାସ ଗୋଦାମରେ ଅଗ୍ନିକାଣ୍ଡ । ଜଣେ କର୍ମଚାରୀଙ୍କର ପୋଡି ହୋଇ ମୃତ୍ୟୁ ହୋଇଛି । ସମ୍ବଲପୁର ଅଇଁଠାପାଲ୍ଲୀ ଥାନା ସିଂଘପାଲିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।

ଖବର ଅନୁଯାୟୀ, ସିଂଘପାଲି ସ୍ଥିତ ମାଁ ଦୁର୍ଗା ଗୋ-ଗ୍ୟାସ୍‌ ଗୋଦାମରେ ହଠାତ୍‌ ନିଆଁ ଲାଗିଯାଇଥିଲା ।ଗୋଦାମରେ ନିଆଁ ଲାଗିଥିବା ଦେଖି ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । କିନ୍ତୁ ସେତେବେଳକୁ ଜଣେ କର୍ମଚାରୀଙ୍କ ଜୀବନ ଚାଲିଯାଇଥିଲା । ନିଆଁରେ ପୋଡି ହୋଇ ଜଣେ କର୍ମଚାରୀଙ୍କ ମୃତ୍ୟୁ ହୋଇଛି ।

ସେହିପରି ଏହି ଅଗ୍ନକାଣ୍ଡରେ ଅନେକ ସାମଗ୍ରୀ ପୋଡି ନଷ୍ଟ ହୋଇଥିବାର ସୂଚନା ମିଳିଛି । କିନ୍ତୁ ଏବେ ଯାଏଁ କ୍ଷୟକ୍ଷତି ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ତେବେ କିପରି ଭାବେ ଗ୍ୟାସ୍‌ ଗୋଦାମରେ ନିଆଁ ଲାଗିଲା । ସେନେଇ ତଦନ୍ତ ହେଲେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।