Subscribe to Updates

    Get the latest creative news from FooBar about art, design and business.

    What's Hot

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023
    Facebook X (Twitter) Instagram
    Trending
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    • ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
    • ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ
    • ‘ସମ୍ବାଦ ଭବନ’ରେ ସମ୍ପାଦକଙ୍କୁ ସ୍ବାଗତ
    • ରୋଗରେ ଅସ୍ତବ୍ୟସ୍ତ ଓଡ଼ିଶା: ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ୍, ଡେଙ୍ଗୁ ଓ ଭାଇରାଲ୍ ଜ୍ବର
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ଗୋଟିଏ ସପ୍ତାହରେ ଦୁଇଟି ଅବପାତ: ସପ୍ତାହବ୍ୟାପୀ ରାଜ୍ୟରେ ବର୍ଷା
    ରାଜ୍ୟ

    ଗୋଟିଏ ସପ୍ତାହରେ ଦୁଇଟି ଅବପାତ: ସପ୍ତାହବ୍ୟାପୀ ରାଜ୍ୟରେ ବର୍ଷା

    NewsLaxmi7By NewsLaxmi7July 26, 2023Updated:July 26, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଆହୁରି ଘନୀଭୂତ ହୋଇଛି। ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏହା ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ରାଜ୍ୟର ଦକ୍ଷିଣ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ‌ହୋଇଥିବା ବେଳେ ପୁରୀ, ଖୋର୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି , ନବରଙ୍ଗପୁର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ୩୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୩୧ ତାରିଖରେ ଏହା ଅବପାତରେ ପରିଣତ ହେବ। ଫଳରେ ରାଜ୍ୟରେ ସପ୍ତାହବ୍ୟାପି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି।

    ପାଣିପାଗ କେନ୍ଦ୍ରର ଆକଳନ କହୁଛି, ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଅଞ୍ଚଳରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ରାୟଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ପୁରୀ ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ରାଜ୍ୟରେ ୨୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି।

    ପାଣିପାଗ ବି‌ଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସକାଳେ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା‌ ରହିଛି। ବର୍ତ୍ତମାନର ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଶେଷ ବର୍ଷା ହେବ ନାହିଁ। ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ ପୂର୍ବ ମହାରାଷ୍ଟ୍ରରେ ଆସନ୍ତା ତିନି ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଓଡ଼ିଶାରେ ୨୮ ତାରିଖ ପର୍ଯ୍ୟନ୍ତ ସମୁଦାୟ ବର୍ଷା ୩୦ରୁ ୩୫ ମିମି ହେବ। ବିଭିନ୍ନ ସ୍ଥାନରେ ସ୍ବଳ୍ପ ବର୍ଷା ସମ୍ଭାବନା ରହୁଛି। ପାଗ ଆଂଶିକ ମେଘୁଆ ଓ ଉତ୍ତର ଓଡ଼ିଶାରେ ଖରା‌ଟିଆ ପାଗ ରହିପାରେ। ଅଳ୍ପ ସ୍ଥାନରେ ମଧ୍ୟମ ଓ ଗୋଟିଏ, ଦୁଇଟି ଆଭ୍ୟନ୍ତର ଦକ୍ଷିଣରେ ଭାରୀ ବର୍ଷା ହୋଇପାରେ। ମଡେଲ ବିଶ୍ଲେଷଣରୁ ଜଣାପଡ଼ୁଛି, ୨୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ, ୩୦ରେ ଲଘୁଚାପ, ୩୧ରେ ଅବପାତ ବା ଗଭୀର ଅବପାତ ହେବାର ସମ୍ଭାବନା ରହିଛି। ଫଳରେ ସାରା ରାଜ୍ୟ‌ରେ ବର୍ଷା ହେବ।ଆକଳନ କରାଯାଉଛି, ଉପକୂଳରେ ୨୯ ତାରିଖରୁ ଲଘୁଚାପ ବର୍ଷା ଆରମ୍ଭ ହେବ। ୨୯ରୁ ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ ବିସ୍ତୃତ ବର୍ଷା ହେବ। ଜୁଲାଇ ୩୦ ଓ ୩୧ରେ ଉପକୂଳ, ଦକ୍ଷିଣ ଓ କେନ୍ଦ୍ରୀୟ ଓଡ଼ିଶାରେ ପ୍ରବଳ ବର୍ଷା ହେବା ବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼ରେ ଜୁଲାଇ ୩୧ ଓ ଅଗଷ୍ଟ ୧ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଡ. ପଶୁପା‌ଳକ କହିଛନ୍ତି।

    Share. Facebook Twitter LinkedIn WhatsApp Email
    Previous Articleଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିରଗାର: ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଜୁନିଅର କ୍ୟାଡରଭୁକ୍ତରୁ ବଞ୍ଚିତ
    Next Article ମରୁଡ଼ି ଆଶଙ୍କା ବଳବତ୍ତର: ୪୪ ଲକ୍ଷ ହେକ୍ଟର ଜମିରେ ଆରମ୍ଭ ହୋଇନି ଚାଷ
    NewsLaxmi7
    • Website

    Related Posts

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ଦେଶ ବିଦେଶ

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023

    ଭୁବନେଶ୍ବର: ଲାଲ କେଶର ଅଣ୍ଡାକୁ ନେଇ ଅନେକ ଦ୍ବନ୍ଦ୍ବ ରହିଛି। ମାତ୍ର ଭିଟାମିନ ଏ ଯୁକ୍ତ ଲାଲ କେଶର ବତକ…

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର

    October 3, 2023

    ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ବିଦେଶରୁ ଆସି ହିନ୍ଦୁ ପୁଅକୁ ବାହା ହୋଇ ସାଥୀରେ ନେଇଗଲେ: ଏବେ ଯୁବକଙ୍କ ପରିବାର ଲୋକଙ୍କୁ ପଠାଉଛନ୍ତି ରକ୍ତ ଭିଜା ଫଟୋ

    July 18, 2023

    ୩ ବର୍ଷ ହେଲା ପଡ଼ିରହିଛି ଅନୁଦାନ, ଫେରିଯିବ ୩.୭୭ କୋଟି !

    December 22, 2022

    ନାତୁଣୀ ପାଇଁ କିଣିଥିଲେ ଥଣ୍ଡା ପାନୀୟ, ପିଇବା ବେଳକୁ ବାହାରିଲା ପୋକ

    August 2, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.