ରାଜ୍ୟ ସ୍ୱାସ୍ଥ୍ୟ

ଗୋଷ୍ଠୀ ସଂକ୍ରମଣ ମୁହାଁ ଓଡିଶା, ଲକ୍ଷଣ ଥିଲେ ଟେଷ୍ଟ କରନ୍ତୁ- ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର ୨୪।୦୧: ମେଟ୍ରୋ ସହରରେ ଗୋଷ୍ଠୀ ସଂକ୍ରମଣ ଅଛି, ହେଲେ ଆମ ରାଜ୍ୟରେ ନାହିଁ । କିନ୍ତୁ ଗୋଷ୍ଠୀ ସଂକ୍ରମଣ ମୁହାଁ ଓଡିଶା ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡଃ ନିରଞ୍ଜନ ମିଶ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଗୋଷ୍ଠୀ ସଂକ୍ରମଣ ହୋଇଛି ଅର୍ଥ ସ୍ଥାନୀୟ ଅଞ୍ଚଳରେ ଓମିକ୍ରନ ସଂଖ୍ୟା ବଢ଼ିଛି । ଆମ ରାଜ୍ୟରେ କେତେ ପ୍ରତିଶତ ସଂକ୍ରମଣ ହେଲାଣି ତାହାକୁ ଜାଣିବା ପାଇଁ ଅପେକ୍ଷା କରିବାକୁ ପଡିବ । କିଛି ଦିନ ତଳେ ହୋଇଥିବା ଜେନମ ସିକ୍ୱେନସିଂ ଅନୁସାରେ ୬୦ ପ୍ରତିଶତ ଥିଲା । ଏବେ ନିଶ୍ଚୟ ବଢିଥିବ ।

ବାହାର ଦେଶର ଯାତ୍ରୀ ବିନା ଯଦି ଗୋଟିଏ ସ୍ଥାନରେ ରୋଗ ଓ ରୋଗୀ ସଂଖ୍ୟା ବଢ଼ୁଛି, ମାନେ ଗୋଷ୍ଠୀ ସଂକ୍ରମଣ ହୋଇଛି। ଅନ୍ୟ ଦେଶରେ ଏହା ହେବା ଆମେ ଦେଖିଛେ । ଆଉ କିଛି ଦିନରେ ଭାରତରେ ବି ଗୋଷ୍ଠୀ ସଂକ୍ରମଣ ହୋଇଯିବ । ଏବେ ରାଜ୍ୟରେ ବହୁତ କମ୍ ମେଡିକାଲରେ ଆଡ଼ମିଟ ହେଉଛନ୍ତି । ମାତ୍ର ୨ ପ୍ରତିଶତରୁ କମ ଆଡ଼ମିଟ ହୋଇଛନ୍ତି।

ଯଦି ସାମାନ୍ୟ ଲକ୍ଷଣ ରହୁଛି ତାହେଲେ ଟେଷ୍ଟ କରନ୍ତୁ, ଟେଷ୍ଟ ନ କଲେ ଅସୁବିଧା ଅଛି, ଘରେ ସମସ୍ତଙ୍କୁ ହୋଇଯିବ । ଏଯାଏଁ ରାଜ୍ୟରେ ଜଣେ ବି ଓମିକ୍ରନ ରୋଗୀଙ୍କର ମୃତ୍ୟୁ ହୋଇନି । ଏଯାଏଁ ରାଜ୍ୟରେ ସଂକ୍ରମଣ ତଳ ମୁହାଁ ହୋଇଛି ବୋଲି କହି ହେବନାହିଁ, ଆମକୁ ଆହୁରି କିଛିଦିନ ଅପେକ୍ଷା କରିବାକୁ ହେବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ