ରାଜ୍ୟ ସ୍ପେଶାଲ ରିପୋର୍ଟ

ଘଟଗାଁ ନିକଟରେ ଭୟଙ୍କର ଦୁର୍ଘଟଣା: ଘଟଣାସ୍ଥଳରେ ୭ ମୃତ, ୮ ଗୁରୁତର

କେନ୍ଦୁଝର: ସକାଳୁ ସକାଳୁ ଘଟଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ପିଟିଲା ଭ୍ୟାନ୍। ତାରିଣୀଙ୍କ ଦର୍ଶନ ପାଇଁ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରୁ ଆସୁଥିବା ଏକ ଉଇଙ୍ଗର ଗାଡ଼ି ଦୁର୍ଘଟଣାଗ୍ରସ୍ତ। ଦୁର୍ଘଟଣାରେ ୭ ମୃତ ଓ ଏକାଧିକ ଆହତ।

ସୂଚନା ଅନୁସାରେ, ଘଟଗାଁ ତାରିଣୀଙ୍କୁ ଦର୍ଶନ କରିବା ଲାଗି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଅନ୍ତର୍ଗତ ପୁଡାମାରି ଗାଁରୁ ଆସୁଥିବା ଏକ ଉଇଙ୍ଗର ଭ୍ୟାନ‌ ମନ୍ଦିରର ମାତ୍ର ତିନି କିଲୋମିଟର ପୂର୍ବରୁ ବାଲିଯୋଡ଼ିଠାରେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକ ସହିତ ଧକ୍କା ଖାଇଥିଲା। ଭ୍ୟାନର ବେଗ ଅଧିକ ଥିବାରୁ ଦୁର୍ଘଟଣାରେ ଘଟଣାସ୍ଥଳରେ ୭ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିସହ ଭ୍ୟାନରେ ଥିବ‌ା ଅନ୍ୟ ଯାତ୍ରୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଚିକିତ୍ସା ଲାଗି ଘଟଗାଁ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି।

ଦୁର୍ଘଟଣା ସକାଳ ୫ଟା ପାଖାପାଖି ଘଟିଥିବା ନେଇ ସ୍ଥାନୀୟ ବାସିନ୍ଦାଙ୍କଠାରୁ ଜଣାପଡ଼ିଛି। ଭୋର ସମୟ‌େରେ କୁହୁଡି ଥିବା ଯୋଗୁ ଡ୍ରାଇଭର କମ୍ ଦୃଶ୍ୟମାନତା ହେତୁ ରାସ୍ତାକଡ଼ରେ ଥିବା ଟ୍ରକଟିକୁ ଦେଖିପାରିନାହାନ୍ତି କିଂବା ଢ଼ୁଲାଇ ପଡ଼ିଥିବା ହେତୁ ପୂରା ବେଗରେ ଥିବା ବେଳେ ଟ୍ରକ ସହ ପିଟି ଭ୍ୟାନ୍ ହୋଇଛି ବୋଲି ଅନୁମାନ କରାଯାଉଛି। ଦୁର୍ଘଟଣାରେ ଭ୍ୟାନର ସାମନା ଅଂଶଟି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ସମ୍ମୁଖ ଭାଗରେ ବସିଥିବା ଯ‌ାତ୍ରୀମାନେ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।