ଅପରାଧ ରାଜ୍ୟ

ଘରେ ପଶି ଭୁଜାଲିରେ ଆକ୍ରମଣ, ଜଣେ ଗୁରୁତର

ସୋର ୨୬।୦୯ : ଘରେ ପଶି ହାଣିଲେ, ଲୁଟିଲେ। ଭୁଜାଲିରେ ଆକ୍ରମଣ କରି ନଗଦ ୫୦ ହଜାର ଟଙ୍କା ସହ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ। ବାଲେଶ୍ବର ଖଇରା ବ୍ଲକ ପତଡ଼ା ଗାଁରେ ଏହି ଘଟଣା ଘଟିଛି।

ଖବର ଅନୁଯାୟୀ, ଗାଁର ଉପେନ୍ଦ୍ର ପ୍ରସାଦ କର ତାଙ୍କ ପରିବାର ସହ ଘରେ ଶୋଇଥିବା ବେଳେ ୩ ଜଣ ଲୁଟେରା ଘରେ ପଶି ପରିବାର ଲୋକଙ୍କୁ ଆକ୍ରମଣ କରିଥିଲେ। ଭୁଜାଲି ଓ ବାଡ଼ିରେ ଆକ୍ରମଣ କରି ଆଲମୀରାରେ ଥିବା ନଗଦ ୫୦ ହଜାର ଟଙ୍କା ଓ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ଫେରାର ହୋଇ ଯାଇଥିଲେ। ଲୁଟେରାଙ୍କ ଭୁଜାଲି ଆକ୍ରମଣରେ ଉପେନ୍ଦ୍ର ଗୁରୁତର ହୋଇଛନ୍ତି। ତାଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି । ତାଙ୍କୁ ପ୍ରଥମେ ଖଇରା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।