ଅପରାଧ ରାଜ୍ୟ

ଘରୋଇ ମେଡିକାଲ୍ କଲେଜରେ ନାମଲେଖା ନାଁରେ ୩୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗ: ୨ ଆନ୍ତରାଜ୍ୟ ଠକ ଗିରଫ

ଭୁବନେଶ୍ବର: ବେସରକାରୀ ମେଡିକାଲ୍ କଲେଜରେ ଏମବିବିଏସ୍ ପାଠ୍ୟକ୍ରମରେ ନାମଲେଖା ନାଁରେ ୩୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ୨ ଆନ୍ତରାଜ୍ୟ ଠକ ଗିରଫ ହୋଇଛନ୍ତି।
ସୂଚନା ଅନୁଯାୟୀ, ଏକ ଘରୋଇ ମେଡିକାଲ୍ କଲେଜରେ ଏମବିବିଏସ୍ ପାଠ୍ୟକ୍ରମରେ ନାମ ଲେଖାଇବାର ବ୍ୟବସ୍ଥା କରାଇଦେବେ ବୋଲି କହି ଜଣେ ଛାତ୍ରୀଙ୍କଠାରୁ ୨ ଆନ୍ତଃରାଜ୍ୟ ଠକ ୩୦ ଲକ୍ଷ ଟଙ୍କା ନେଇଥିଲେ। ହେଲେ ପରେ ସେଦୁହେଁ ଛାତ୍ରୀଙ୍କୁ ଧରାଛୁଆଁ ଦେଇ ନଥିଲେ। ଏହାପରେ ବାଧ୍ୟ ହୋଇ ଛାତ୍ରୀଜଣକ ଏନେଇ ଇନଫୋସିଟି ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଘଟଣାର ତଦନ୍ତ କରି ଉଭୟ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି।
ଦୁହିଁଙ୍କ ଭିତରୁ ଜଣେ କୋଲକାତାରୁ ଓ ଆଉ ଜଣେ ପାଟନାରୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୧୧ ଲକ୍ଷ ଟଙ୍କା ଜବତ ହୋଇଥିବା ନେଇ ଇନଫୋସିଟି ଥାନା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଉଭୟଙ୍କୁ କୋର୍ଟଚାଲାଣ କରାଯିବ ବୋଲି ସୂଚନା ମିଳିଛି। ଏହି ଆନ୍ତରାଜ୍ୟ ଠକଙ୍କ ରାକେଟକୁ ଧରିବା ଲାଗି ଇନଫୋସିଟି ଥାନା ପୁଲିସ୍ ଉଦ୍ୟମ ଜାରି ରଖିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।