ଅପରାଧ ରାଜ୍ୟ

ଚଳନ୍ତା କାରରେ ଲାଗିଲା ନିଆଁ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

କାମାକ୍ଷାନଗର: ଢେ଼ଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ତାରିଣୀ ମନ୍ଦିର ନିକଟରେ ଏକ ଚଳନ୍ତା କାରରେ ନିଆଁ ଲାଗିଥିବାର ଖବର ମିଳିଛି। ତେବେ ଏଥିରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଥିବାର ସୂଚନା ରହିଛି।
ସୂଚନା ଅନୁସାରେ ପରଜଙ୍ଗ ପଟୁ କାମାକ୍ଷାନଗର ଆଡ଼କୁ ଆସୁଥିବା ଗୋଟିଏ କାରରେ କାମାକ୍ଷାନଗର ତାରିଣୀ ମନ୍ଦିର ନିକଟରେ କୌଣସି କାରଣରୁ ନିଆଁ ଲାଗିଥିଲା। ହଠାତ୍ ଇଞ୍ଜିନରୁ ଧୂଆଁ ବାହାରିଥିଲା। ଗାଡ଼ିରେ ଥିବା ଲୋକମାନେ ବାହାରକୁ ପଳାଇ ଆସିଥିଲେ। କାମାକ୍ଷାନଗର ଅଗ୍ନିଶମ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।