ରାଜ୍ୟ

ଚଳିତବର୍ଷ ପ୍ରଥମ ଥର; ୩୬ଂ ଉପରେ ୧୯ ସହର

ଭୁବନେଶ୍ବର: ଚଳିତବର୍ଷ ପ୍ରଥମ ଥର ପାଇଁ ଆଜି ରାଜ୍ୟର ୧୯ ସହରର ଦିନ ତାପମାତ୍ରା ୩୬ ଡିଗ୍ରି କିମ୍ବା ତା’ଠାରୁ ଅଧିକ ରହିଛି। ପାରଳାଖେମୁଣ୍ଡିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮.୧ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର, ଟିଟିଲାଗଡ଼ ଓ ବୌଦ୍ଧରେ ୩୮, ଭବାନୀପାଟଣାରେ ୩୭.୮, ନୟାଗଡ଼ରେ ୩୭.୫, ତାଳଚେରରେ ୩୭.୪, ଢେଙ୍କାନାଳ, ମାଲକାନଗିରି ଓ ଭୁବନେଶ୍ବରରେ ୩୭ ଡିଗ୍ରି ରହିଥିଲା। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ଏଭଳି ପାଗ ଲାଗିରହିବ। ପଶ୍ଚିମ ଓ ଦକ୍ଷିଣ ଅଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର ତାପମାତ୍ରା ଆହୁରି ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇ ୪୦ ଡିଗ୍ରି ଟପିଯିବାର ସମ୍ଭାବନା ରହିଛି। ୧୫ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଉପକୂଳ ଓ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।