ଧର୍ମ ରାଜ୍ୟ

ଚିତାଲାଗି ଅମାବାସ୍ୟା : ଶ୍ରୀମନ୍ଦିରରେ ହେବ ସ୍ବତନ୍ତ୍ର ନୀତି, ଅପରାହ୍ନ ୨ଟାରୁ ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ୨୮।୦୭: ଆଜି ଚିତାଲାଗି ଅମାବାସ୍ୟା। ଶ୍ରୀମନ୍ଦିରରେ ମହାପ୍ରଭୁ ଆଜି ଲାଗି ହେବେ ବ୍ରହ୍ମଜ୍ୟୋତି ହୀରା ଚିତା। ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଦଇତାପତି, ଓ ଅନ୍ୟାନ୍ୟ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ।

ଶ୍ରୀଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ। ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ସ୍ନାନପୂର୍ଣମୀ ଦିନ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ୱର ରୋଗରେ ପୀଡିତ ହୋଇ ଅଣସର ଘରେ ଥିଲେ। ସେହି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଏହି ଚିତା ଗୁଡିକୁ କାଢି ନିଆ ଯାଇଥିଲା। ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା। ଆଜି ସେହି ସୋଲ ଚିତାକୁ କଢ଼ାଯାଇ ଅସଲ ଚିତା ଲାଗି କରାଯିବ। ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ।ଶ୍ରୀଦେବୀ ଓ ଭୂଦେବୀ ରତ୍ନ ସିଂହାସନରୁ ଆସି ଖଟ ସେଜରେ ବିଜେ କରିବେ। ତେବେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଦିନ ୨ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ