ରାଜ୍ୟ ସ୍ୱାସ୍ଥ୍ୟ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଅସୁସ୍ଥ, କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତରିତ

ଟାଙ୍ଗୀ ୨୯।୦୩ : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ପୁଣି ଅସୁସ୍ଥ । ବିଳମ୍ବିତ ରାତିରେ ବିଧାୟକଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଖୋର୍ଦ୍ଧା ଏସ୍‌ପି ସୂଚନା ଦେଇଛନ୍ତି ।

ଖବର ଅନୁଯାୟୀ, ଗିରଫ ହୋଇ ବାଣପୁର ସବ୍‌-ଜେଲ୍‌ରେ ଥିବା ଚିଲିକା ବିଧାୟକ ହଠାତ୍‌ ସୋମବାର ରାତିରେ ଅସୁସ୍ଥ ହୋଇପଡିଥିଲେ । ଏହାପରେ ତୁରନ୍ତ ବିଧାୟକଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି । ଏବେ ଯାଏଁ ତାଙ୍କ ସ୍ୱାସ୍ଥ୍ୟ ବିଷୟରେ ସବିଶେଷ ତଥ୍ୟ ହସ୍ତଗତ ହୋଇନାହିଁ ।

ସୂଚନାଯୋଗ୍ୟ ଯେ, ବାଣପୁର ବ୍ଲକ କ୍ୟାମ୍ପସ ନିକଟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡି ମଡାଇ ଜୀବନରେ ମାରି ଦେବାକୁ ଉଦ୍ୟମ କରିଥିଲେ । ଏହି ଘଟଣାରେ ଗତ ୨୨ ତାରିଖ ଦିନ ତାଙ୍କୁ ଗିରଫ କରାଯାଇ ବାଣପୁର ସବ୍-ଜେଲ୍ ରେ ବିଚାରଧିନ କଏଦୀ ଭାବେ ରଖାଯାଇଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ