ଅପରାଧ ରାଜନୀତି ରାଜ୍ୟ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ସଦର ମୁଖ୍ୟ ଚିକିତ୍ସାଳୟରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବିଧାୟକ ଜଗଦେବ ଖୋର୍ଦ୍ଧା ଜିଲ୍ଲା ସଦର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ। ସେଠାରେ ଏକ ଡ଼ାକ୍ତରୀ ଟିମ୍ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଶ୍ରୀ ଜଗଦେବଙ୍କ ଆଖି, ରକ୍ତଚାପ, ହୃଦ୍ ରୋଗ, ଅସ୍ଥି ରୋଗ ସଂପର୍କ ରେ ପରୀକ୍ଷା କରାଯାଇଥିଲା। ପୂର୍ବରୁ ଶ୍ରୀ ଜଗଦେବଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ତ ରିପୋର୍ଟ ମଧ୍ୟ ଯାଞ୍ଚ କରାଗଲା।

ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏହା କରାଯାଇ ଗୃହ ବିଭାଗ ମାଧ୍ୟମରେ ହାଇକୋର୍ଟଙ୍କୁ ଅବଗତ କରାଯିବ ବୋଲି ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି। ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ର ମଧ୍ୟ ଖୋର୍ଦ୍ଧା ମେଡିକାଲରେ ପହଞ୍ଚିଥିଲେ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର