ଅପରାଧ ରାଜ୍ୟ

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ : ଅଭିଯୁକ୍ତ ଶିକ୍ଷକଙ୍କୁ ନିଲମ୍ବିତ କଲେ ଅତିରିକ୍ତ ଶିକ୍ଷା ଅଧିକାରୀ

ଚାନ୍ଦବାଲି ୨୮।୭: ଛାତ୍ରୀଙ୍କୁ ଅସଦାଚରଣ କରିବା ଘଟଣା ସଂପୃକ୍ତ ଶିକ୍ଷକଙ୍କୁ ମହଙ୍ଗା ପଡିଛି । ଶିକ୍ଷା ବିଭାଗ ପକ୍ଷରୁ ସଂପୃକ୍ତ ଶିକ୍ଷକଙ୍କୁ ଶିକ୍ଷା ବିଭାଗ ନିଲମ୍ବନ କରିଛି ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ଶିକ୍ଷା ଅଧିକାରୀ ଅଧିନ ଗୁଆଁଳର ଭାବେଶ୍ବର ନୋଡ଼ାଲ ପ୍ରାଥମିକ ବିଦ୍ୟାଳୟରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକ ଅସଦାଚରଣ କରିବା ଘଟଣାରେ ଗ୍ରାମବାସୀ ଶିକ୍ଷକଙ୍କୁ ଏକ ଖୁଣ୍ଟରେ ବାନ୍ଧି ମାଡ଼ ମାରିଥିଲେ । ଏହି ଘଟଣା ଚାନ୍ଦବାଲି ବ୍ଲକ୍ ଶିକ୍ଷା ବିଭାଗର ଅଧିକାରୀଙ୍କ ନିକଟରେ ଅଭିଯୋଗ ପରେ ବ୍ଲକ୍ ଶିକ୍ଷା ବିଭାଗ ପକ୍ଷରୁ ଘଟଣାର ତଦନ୍ତ ପାଇଁ ବିଆରସିସିଙ୍କୁ ତଦନ୍ତ ପାଇଁ ପଠାଯାଇଥିଲା । ଘଟଣାର ସତ୍ୟତା ଜଣାପଡିବା ପରେ ଜିଲ୍ଲା ଶିକ୍ଷାଧିକାରୀ କପିଳେନ୍ଦ୍ର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ପତ୍ର ସଂଖ୍ୟା ୧୨୬/୨୨ ମୂଳେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ପ୍ରଣୟ ନାୟକ ସହକାରୀ ଶିକ୍ଷକ ପର୍ଶୁରାମ ବେହେରାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।