ଅପରାଧ ରାଜ୍ୟ

ଜଙ୍ଗଲରେ ଝୁଲୁଛି ଦମ୍ପତିଙ୍କ ମୃତଦେହ, ପାରିବାରିକ କାରଣରୁ ଆତ୍ମହତ୍ୟା ସନ୍ଦେହ

ସାରଙ୍ଗଡ଼,୧୯/୯: ଜଙ୍ଗଲରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର । କନ୍ଧମାଳ ଜିଲ୍ଲା ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ପଂଚାୟତ ମ୍ୟାଲେରିମାହା ଗ୍ରାମ ନିକଟ ଜଙ୍ଗଲରୁ ଏହି ଦମ୍ପତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି l ମୃତ ସ୍ୱମୀ-ସ୍ତ୍ରୀ ହେଲେ ଗାଁ ସାଥି ମନୋରଞ୍ଜନ ନାୟକ ଏବଂ ଆଶାକର୍ମୀ ସ୍ମିତାଞ୍ଜଳି ନାୟକ l ସେମାନଙ୍କର ଦୁଇଟି ପୁଅ ଓ ଗୋଟିଏ ଝିଅ ଥିବା ଜଣାପଡ଼ିଛି ।

ସ୍ଥାନୀୟ ଲୋକେ ମୃତଦେହ ଗଛରେ ଝୁଲୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ସାରଙ୍ଗଡ଼ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏ ନେଇ ସାରଙ୍ଗଡ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରାଯିବା ସହ ତଦନ୍ତ ଆରମ୍ଭ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଜଣାପଡିନାହିଁ l ଅନ୍ୟପଟେ ଏହା ପଛରେ ପାରିବାରିକ କାରଣ ଥାଇପାରେ ବୋଲି ସନ୍ଦେହ କରାଯାଉଛି l ତଦନ୍ତ ପରେ ସମ୍ପୂର୍ଣ୍ଣ ଘଟଣା ଜଣାପଡିବ ବୋଲି ଥାନାଧିକାରୀ ବଧୂଲିକା ବିଶ୍ୱାଳ କହିଛନ୍ତି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।