ଅପରାଧ ରାଜ୍ୟ

ଜମିବାଡ଼ି ବିବାଦକୁ ନେଇ ଗଣ୍ଡଗୋଳ, ୪ ଗୁରୁତର

ସୋର ୧୪।୦୫: ଜମିବାଡ଼ି ବିବାଦକୁ ନେଇ ଗଣ୍ଡଗୋଳ । ଏଥିରେ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅଣ୍ଡରେଇ ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା ।

ଖବର ଅନୁଯାୟୀ ସୁରେନ୍ଦ୍ର ମହାରଣା, ଖଗେନ୍ଦ୍ର ମହାରଣା, ମହେନ୍ଦ୍ର ମହାରଣା ଓ ଇନ୍ଦ୍ର ମହାରଣାଙ୍କୁ ପ୍ରଫୁଲ୍ଲ ମହାରଣା ଓ ତାଙ୍କ ସହଯୋଗୀ ମାନେ ମିଶି ଭୁଜାଲିରେ ହାଣିଥିଲେ। ଯାହାଫଳରେ ଚାରି ଜଣଙ୍କର ମୁଁହ, ମୁଣ୍ଡ, ଓଠ, ଗୋଡ଼କୁ ହାଣି ରକ୍ତାକ୍ତ କରିଦେଇଥିବା ଦେଖିବାକୁ ମିଳିଛି। ଗ୍ରାମବାସୀ ମାନେ ୪ଜଣଙ୍କୁ ଗୁରୁତର ଅବସ୍ଥାରେ ସିମୁଳିଆ ମେଡ଼ିକାଲକୁ ଆଣି ଥିବା ବେଳେ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ହେବାରୁ ଦୁଇ ଜଣଙ୍କୁ କଟକ ମେଡ଼ିକାଲକୁ ଅନ୍ୟ ଦୁଇ ଜଣକୁ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ସେପଟେ ସିମୁଳିଆ ପୋଲିସ ଦୁଇ ଜଣଙ୍କୁ ଅଟକ ରଖିଥିବା ବେଳେ ତଦନ୍ତ ଜାରି ରଖିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।