ଅପରାଧ ରାଜ୍ୟ

ଜମିବାଡ଼ି ବିବାଦର କରୁଣ ପରିଣତି, ଭାଇକୁ ହାଣି ଦେଲେ ସାବତ ଭାଇ ଏବଂ ସାବତ ମାଆ

ବାଲିପାଟଣା, ୧୨/୦୫: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇକୁ ହାଣି ଦେଲେ ସାବତ ଭାଇ ଏବଂ ସାବତ ମାଆ । ଗୁରୁତର ଅବସ୍ଥାରେ ଯୁବକଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଭଳି ଏକ ଘଟଣା ଘଟିଛି ବାଲିପାଟଣା ଥାନା ସରାଟ ଗ୍ରାମରେ । ଆକ୍ରମଣକାରୀ ସାବତ ଭାଇ ଦେବେନ୍ଦ୍ର ବେହେରା ଏବଂ ସାବତ ମାଆଙ୍କୁ ବାଲିପାଟଣା ପୋଲିସ୍ ଗିରଫ କରିଛି ।

ସରାଟ ଗ୍ରାମର ସଂଜୟ ବେହେରା ଆଜି ସକାଳୁ ଖାଇବା ପରେ ହାତ ଧୋଉଥିଲେ । ଏହି ସମୟରେ ସଂଜୟଙ୍କର ସାବତ ଭାଇ ଦେବେନ୍ଦ୍ର ତାଙ୍କ ମୁଣ୍ଡକୁ କଟୁରୀରେ ହାଣି ଦେଇଥିଲା । ଏହା ସହ ସଂଜୟଙ୍କର ସାବତ ମାଆ ମଧ୍ୟ କୌଣସି ଏକ ଅସ୍ତ୍ରରେ ସଂଜୟଙ୍କୁ ଆକ୍ରମଣ କରିଥିଲେ । ଆକ୍ରମଣରେ ସଂଜୟ ଲହୁଲୁହାଣ ହୋଇପଡ଼ିଥିଲେ । ସଂଗେ ସଂଗେ ତାଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ସଂଜୟଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍‌ ସ୍ଥାନାନ୍ତର କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।