ଅପରାଧ ରାଜ୍ୟ

ଜମିବାଡି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାରକୁ ମରଣାନ୍ତକ ଆକ୍ରମଣ, ଥାନାରେ ଏତଲା

ସାଲେପୁର ୨।୭: ଜମିବାଡି ବିବାଦକୁ ନେଇ ଗୋଟିଏ ପରିବାରକୁ ମରଣାନ୍ତକ ଆକ୍ରମଣ । ଆକ୍ରମଣରେ ପରିବାର ଲୋକେ ଗୁରୁତର ହୋଇଛନ୍ତି । ଏ ନେଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ଜଗତପୁର ଥାନା ପାଗା ଫାଣ୍ଡି ଅନ୍ତର୍ଗତ ସିଙ୍ଗମାପୁର ଗ୍ରାମରେ । ତପନ କୁମାର ଜେନା ଏବଂ ତାଙ୍କ ପରିବାର ଲୋକେ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଜମିବାଡି ବିବାଦକୁ ନେଇ ଗାଁର ତପନ କୁମାର ଜେନାଙ୍କୁ ପଡୋଶୀ ବାବାଜୀ ଚନ୍ଦ୍ର ଜେନା ଓ ତାଙ୍କ ଦୁଇ ପୁଅ ପ୍ରଶାନ୍ତ କୁମାର ଜେନା ଓ ସୁଶାନ୍ତ କୁମାର ଜେନା ସଂଘବଧ ଭାବେ ଆକ୍ରମଣ କରିଥିଲେ । ଆକ୍ରମଣରେ ତପନଙ୍କ ପରିବାର ଲୋକେ ଗୁରୁତର ହୋଇ ପଡିଥିଲେ । ଗୁରୁତରଙ୍କୁ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ କଟକ ବଡ ମେଡିକାଲକୁ ପଠାଇ ଦିଆଯାଇଥିଲା । ଏ ନେଇ ତପନ କୁମାର ଜେନା ଜଗତପୁର ଥାନା ପାଗା ଫାଣ୍ଡିରେ ଆକ୍ରମଣକାରୀଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ ଅଭିଯୋଗ ପାଇବା ପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବା ଅଭିଯୋଗ ହୋଇଛି । ପୋଲିସର କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ଯୋଗୁଁ ପରିବାର ଲୋକେ ଏବେ ଭୟଭୀତ ଅବସ୍ଥାରେ ରହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।