ଦେଶ ବିଦେଶ ସ୍ୱାସ୍ଥ୍ୟ

ଜିନୋମ ସିକ୍ୟୁଏନସିଂରୁ ବଡ଼ ଖୁଲାସା: ଦିଲ୍ଲୀରେ ସଂକ୍ରମଣ ବଢ଼ାଉଛି ଓମିକ୍ରନର ୯ଟି ଉପପ୍ରଜାତି

ନୂଆଦିଲ୍ଲୀ: ଦିଲ୍ଲୀରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ କିଛି ଦିନ ମଧ୍ୟରେ ସଂକ୍ରମଣ ବୃଦ୍ଧି ହେଉଥିବା ଦେଖି ଦିଲ୍ଲୀ ସରକାର ମାସ୍କକୁ ବାଧ୍ୟତାମୂଳକ କରିଛନ୍ତି। ତେବେ ଏଭଳି ହଠାତ୍ ସଂକ୍ରମଣ ବୃଦ୍ଧି ପଛର କାରଣ ଜାଣିବା ପାଇଁ କରୋନା ଆକ୍ରାନ୍ତଙ୍କ ସ୍ବାବର ଜିନୋମ ସିକ୍ୟୁଏନସିଂ କରାଯାଇଥିବା ବେଳେ ଏବେ ପ୍ରକୃତ ଘଟଣା ସାମ୍ନାକୁ ଆସିଛି। ଓମିକ୍ରନର ୯ଟି ଉପପ୍ରଜାତି ପାଇଁ ଦିଲ୍ଲୀରେ ହୁ ହୁ ହୋଇ ସଂକ୍ରମଣ ବଢ଼ୁଥିବା ଜିନୋମ ସିକ୍ୟୁଏନସିଂରୁ ସ୍ପଷ୍ଟ ହୋଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରେ ୧୦୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଜଣଙ୍କର ମୃତ୍ୟୁ ଘଟିଛି। ମଙ୍ଗଳବାର ଦିନ ଦିଲ୍ଲୀରୁ ୬୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଏହି ସଂଖ୍ୟା ବଢ଼ିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହ ଦିଲ୍ଲୀରେ ଏବେ ସଂକ୍ରମଣ ହାର ୫.୭୦%ରେ ପହଞ୍ଚିଛି।

ଅନ୍ୟପକ୍ଷରେ ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୨ ହଜାରରୁ ଅଧିକ ରହିଛି। ଗତକାଲି ନୂଆ ସଂକ୍ରମଣ ସଂଖ୍ୟା ୨,୦୬୭ ଥିବା ବେଳେ ଆଜି ଏହି ୨,୩୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ୫୬ଜଣଙ୍କ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୩୮୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୯,୯୭୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୫୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌–୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୦୬୨ରେ ପହଞ୍ଚିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ