ମନୋରଞ୍ଜନ ରାଜ୍ୟ

ଜୀ ସାର୍ଥକର ଅଭିନବ ପ୍ରୟାସ, ମହିଳାଙ୍କୁ ସଚେତନ ପାଇଁ ଆରମ୍ଭ ‘ନାଲି ବିନ୍ଦୁ’ ଅଭିଯାନ

ଭୁବନେଶ୍ୱର ୨୨।୦୬: ଓଡିଶାରେ ମହିଳାଙ୍କ ଋତୁସ୍ରାବ ସମ୍ପର୍କିତ ସଚେତନତା ସୃଷ୍ଟି କରିବାକୁ ଅଭିନବ ଢ଼ଙ୍ଗରେ ଅଭିଯାନ ଆରମ୍ଭ କରିଛି ଜୀ ସାର୍ଥକ । ଏହି ଅଭିଯାନର ନାଁ ରହିଛି ‘ନାଲି ବିନ୍ଦୁ’ । ଯାହା ଏବେ ଓଡିଶାର ଘରେ ଘରେ ପହଞ୍ଚିଯାଇଛି । ମହିଳାଙ୍କ ମଧ୍ୟରେ ସର୍ବାଧିକ ସଚେତନତା ସୃଷ୍ଟି କରିବା ସହ ଏନେଇ ଶିକ୍ଷାଦାନ ଯୋଗାଇବା ଲକ୍ଷ୍ୟରେ ‘ନାଲି ବିନ୍ଦୁ’ ଭିଜୁଆଲ କ୍ୟାମ୍ପେନ ଆରମ୍ଭ କରାଯାଇଛି । ଓଡିଶାର ଗଣପର୍ବ ରଜପର୍ବ ମଧ୍ୟ ଏହାକୁ ପ୍ରତିନିଧିତ୍ୱ କରୁଥିବାରୁ ରଜପର୍ବ ଠାରୁ ଲୋକପ୍ରିୟ ଓଡିଆ ଚ୍ୟାନେଲ ଜୀ ସାର୍ଥକ ‘ନାଲିବିନ୍ଦୁ’ କ୍ୟାମ୍ପେନ ଲୋକଙ୍କ ପାଖରେ ପହଂଚିବା ଆରମ୍ଭ ହୋଇଛି ।

ମାସିକ ଋତୁସ୍ରାବ କାରଣରୁ ଅଧିକାଂଶ କିଶୋରୀ ପାଠପଢ଼ାରୁ ବଞ୍ଚିତ ହୁଅନ୍ତି। ମାସକୁ ଅନ୍ୟୁନ ୫ ଦିନ କିଶୋରୀମାନେ ସ୍କୁଲ ଯାଇପାରୁ ନଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହୁଏ । ଫଳରେ ଲକ୍ଷ ଲକ୍ଷ ଛାତ୍ରୀ ମାନସିକ ଭାବେ ମଧ୍ୟ କ୍ଷତିଗ୍ରସ୍ତ ହୁଅନ୍ତି । ଗ୍ରାମାଞ୍ଚଳରେ ଏହି ହାର ଅଧିକ ରହିଥିବା ବେଳେ ସାନିଟାରୀ ନାପକିନ ବ୍ୟବହାର ଦିଗରେ ମଧ୍ୟ ସଚେତନ କରିବାର ଆବଶ୍ୟକତା ରହିଛି । ରଜପର୍ବରେ ଧରଣୀରାଣୀ ରଜସ୍ୱିଳା ହେଉଥିବା ବିଶ୍ୱାସ ରହିଥିବା ବେଳେ ଏହି ପର୍ବରେ ଏଭଳି ମହାନ ଅଭିଯାନ ଆରମ୍ଭ କରି ଜୀ ସାର୍ଥକ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିଛି । କେବଳ ସେତିକି ନୁହେଁ ‘ନାଲି ବନ୍ଧୁ’ ସ୍ଲୋଗାନ ସହ କିଶୋରୀମାନଙ୍କୁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ଆହ୍ୱାନ ଦେଇଛି ଜୀ ସାର୍ଥକ ।

ଜୀ ସାର୍ଥକର ଏହି ଅଭିନବ ଅଭିଯାନ ସମ୍ପର୍କରେ ଚ୍ୟାନେଲ ଚିଫ୍ ଅଫିସର ଶ୍ରୀ ପ୍ରତୀକ ସିଲ କୁହନ୍ତି, “ ଓଡିଶାରେ ମହିଳାମାନଙ୍କୁ ଋତୁସ୍ରାବ ସମ୍ପର୍କରେ ସଚେତନ କରିବାକୁ ଏଭଳି ଏକ ଅଭିଯାନ ଆମେ ଆରମ୍ଭ କରିଛୁ । ଏହାଦ୍ୱାରା ସଚେତନତା ବଢ଼ିବା ସହ ଲୋକମାନଙ୍କ ସହ ଯୋଗାଯୋଗ ବୃଦ୍ଧି ହୋଇପାରିବ । ସେହିଭଳି ଆମେ ସମସ୍ତେ ଚାହିଁଲେ ପ୍ରତିମାସରେ ଛାତ୍ରୀମାନଙ୍କୁ ୫ ଦିନ ସ୍କୁଲ ବନ୍ଦ କରିବାରୁ ରୋକା ଯାଇପାରିବ । ଏ ଦିଗରେ ଆମ ସମସ୍ତଙ୍କୁ ଗୁରୁତ୍ୱ ଦେବାକୁ ପଡିବ । ଜୀ ସାର୍ଥକ ଏନେଇ ‘ନାଲି ବନ୍ଧୁ’ ଅଭିଯାନ ଆରମ୍ଭ କରିଛି , ଯେଉଁଥିରେ ସାଧାରଣ ଲୋକେ ସହଯୋଗ କରିବେ ବୋଲି ଆମେ ଆଶା କରୁଛୁ ।”

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ