ଅପରାଧ ରାଜ୍ୟ

ଟ୍ରକ ଧକ୍କାରେ ଯୁବକ ଗୁରୁତର: ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ରାସ୍ତାରୋକ

କାମାକ୍ଷାନଗର: ଦୁର୍ଘଟଣା ପରେ ଜାତୀୟ ରାଜପଥ ୫୩ ଅବରୋଧ କରାଯାଇଛି। ଏହାଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଟ୍ରକ ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଗୁରୁତର ଯୁବକ ଆଳତୁମା ଗ୍ରାମର ପ୍ରିୟବ୍ରତ ପ୍ରଧାନ।

କ୍ଷତିପୂରଣ ଦାବିରେ ଗ୍ରାମବାସୀମାନେ ରାସ୍ତା ଅବରୋଧ କରିଥିବା ଜଣାଯାଇଛି। ପ୍ରିୟବ୍ରତ କାମାକ୍ଷାନଗରରୁ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା କୋଇଲା ବୋଝେଇ ଟ୍ରକ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକଙ୍କ ଦ୍ବାରା ଉଦ୍ଧାର କରାଯାଇ କାମାକ୍ଷାନଗର ମେଡିକାଲରେରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି। ତାଙ୍କର ଅବସ୍ଥା ଏବେ ବି ସଙ୍କଟାପନ୍ନ ରହିଛି। ତେବେ ଏହାକୁ ନେଇ ସକାଳୁ ସକାଳୁ ରାସ୍ତାରୋକ କରାଯାଇଛି। ଏହାଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଛି ଶହଶହ ସଂଖ୍ୟାରେ ଗାଡ଼ି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।