ଅପରାଧ ରାଜ୍ୟ

ଟ୍ରକ ସହ ଅଟୋ ମୁହାଁମୁହିଁ ଧକ୍କା: ବାପପୁଅଙ୍କ ସମେତ ୫ ମୃତ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ବ୍ଲକ ଦେଇ ଯାଇଥିବା ୫୩ନଂ ଜାତୀୟ ରାଜପଥ ମୁକ୍ତାପସୀ ନିକଟ ପଥରଖମ୍ବ ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଜି ଭୋର ସମୟରେ ଟ୍ରକ ସହ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଛି। କାମାକ୍ଷାନଗର ଥାନା ବାଙ୍ଗୁରାର ଏହି ପାଞ୍ଚ ଜଣ ମୁକ୍ତାପସୀକୁ ଟୋଲ(ମହୁଲ ଫଳ) ପେଷିବାକୁ ଆସୁଥିଲେ।

ମୃତକମାନେ ହେଉଛନ୍ତି ଆଦିକନ୍ଦ ସାମଲ (୪୮), ପହଲି ସାମଲ (୪୫), ଅଟୋ ଚାଳକ ଅନନ୍ତ (ବଣ୍ଟି) ସାମଲ (୩୫), ଅଂକୁର ସାମଲ (୫୪ ) ଓ ତାଙ୍କ ପୁଅ କାଳିଆ ସାମଲ (୧୪ )। ସ୍ଥାନୀୟ ଲୋକେ ଟ୍ରକକୁ ଅଟକ ରଖି ରାସ୍ତା ଅବରୋଧ ଆରମ୍ଭ କରିଛନ୍ତି।

00:00
01:05

ଏହି ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଭଙ୍ଗାରୁଜା କରିଥିଲେ। ଅନ୍ୟପକ୍ଷରେ ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।