ଅପରାଧ ରାଜ୍ୟ

ଟ୍ରକ ସହ ଧକ୍କା ହେଲା ଅଟୋ, ଡାଇଭର ସମେତ ୭ ଛାତ୍ରଛାତ୍ରୀ ଆହତ

ମୁନିଗୁଡା ୧୦/୦୯: ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ହାଟ ଦହିଖାଲ ନିକଟରେ ଟ୍ରକ ସହ ଅଟୋ ଧକ୍କା । ଫଳରେ ଅଟୋରେ ବସିଥିବା ୬ଜଣ ଛାତ୍ରୀଛାତ୍ର ଙ୍କ ସମେତ ଅଟୋ ଡ୍ରାଇଭର ଆହତ ହୋଇ ମୁନିଗୁଡା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ଚିକିତ୍ସା ଚାଲିଥିବା ବେଳେ ସେଥିମଧ୍ୟରୁ ୩ଜଣ ଗୁରୁତର ଆହତ ହୋଇଥିବାରୁ ସେମାନଙ୍କୁ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

୬ ଜଣଙ୍କ ମଧ୍ୟରୁ ୪ଜଣ ଛାତ୍ରୀ ଓ ୨ ଜଣ ଛାତ୍ର ଅଛନ୍ତି । ଅଟୋଟି ଅମ୍ବାଦଳାରୁ ଛାତ୍ରୀଛାତ୍ର ଙ୍କୁ ନେଇ ମୁନିଗୁଡା ଆଦର୍ଶ ବିଦ୍ୟାଳୟ କୁ ଆସୁଥିବା ବେଳେଏହି ଦୁର୍ଘଟଣା ଟି ଘଟିଛି । ଖବରପାଇ ମୁନିଗୁଡା ପୋଲିସ, ମୁନିଗୁଡା ବିଡିଓ ଓ ଆଦର୍ଶ ବିଦ୍ୟାଳୟ ର ଶିକ୍ଷକ ମାନେ ଡାକ୍ତରଖାନାରେ ପହଞ୍ଚିଛନ୍ତି ।ପୋଲିସ ଘଟଣାର ତଦନ୍ତ ଜାରିରଖିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।