ଅପରାଧ ରାଜ୍ୟ

ଡାକ୍ତରଙ୍କ ଅବହେଳାରୁ ଚାଲିଗଲା ଜୀବନ ! ପରିବାର ପକ୍ଷରୁ ଥାନାରେ ଅଭିଯୋଗ

ଯାଜପୁର ୧୯।୧୦ : ଡାକ୍ତରଙ୍କ ଅବହେଳା ପାଇଁ ରୋଗୀ ମୃତ୍ୟୁ ଅଭିଯୋଗ । ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏପରି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ପରିବାର ପକ୍ଷରୁ ବିଞ୍ଝାରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି ।

ଖବର ଅନୁଯାୟୀ, ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ବିଂଝାରପୁର ଅଂଚଳର ରୋଗୀ ରବିନାରାୟଣ ଜେନା ୧୭ ତାରିଖ ବିଳମ୍ବିତ ରାତିରେ ଭର୍ତ୍ତି ହୋଇଥିଲେ। ତେବେ ରୋଗୀ ଝାଡାବାନ୍ତି ହେଉଥିବାରୁ ତାଙ୍କୁ ଆଡମିଶନ କରାଯାଇଥିଲା। ସେଠାରେ ଗୋଟିଏ ଇଂଜେକସନ ଦେବା ପରେ ଦାୟିତ୍ବରେ ଥିବା ଡାକ୍ତର ତାଙ୍କୁ ଘରକୁ ନେଇଯିବାକୁ କହି ବିଦା କରି ଦେଇଥିଲେ। ତେବେ ରୋଗୀ ଘରକୁ ଯିବା ବାଟରେ ହିଁ ଗୁରୁତର ହେବାରୁ ପରିବାର ପକ୍ଷରୁ ପୁଣିଥରେ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଡାକ୍ତରଙ୍କ ଅବହେଳା ପାଇଁ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ବିଂଝାରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହି ଘଟଣା ମେଡିକାଲ ପ୍ରଶାସନର ପ୍ରତିକ୍ରିୟା ମିଳିପାରିନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।