ଦେଶ ବିଦେଶ ମନୋରଞ୍ଜନ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ଡାବୁଗାଁରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ

ନବରଙ୍ଗପୁର ୨୭/୧୧ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ବ୍ଲକ ଅଧ୍ୟକ୍ଷ ବଂଶୀଧର ମାଝି ଙ୍କ ଅଧ୍ୟକ୍ଷତାରେ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି | ସନ୍ଧ୍ଯା ୫ ଘ. ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ନବରଙ୍ଗପୁର ଠାରେ ଭିଡିଓ କନଫେରେନ୍ସି ମାଧ୍ୟମରେ ନୂଆ ସ୍ମାର୍ଟ କାର୍ଡ ବଣ୍ଟନ ଆରମ୍ଭ କରିବା ପରେ ଡାବୁଗାଁ ବ୍ଲକ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ ହିତାଧିକାରୀ ମାନଙ୍କୁ ନୂଆ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ | ଉଦଘାଟନୀ ଉତ୍ସବରେ ଡାବୁଗାଁ ଓ ଡ଼ଙ୍ଗରିଗୁଡା ଗ୍ରାମର ମୋଟ ୫୦ ଜଣ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ କରଯାଇଥିଲା | ଏହି ସଭାରେ, ରାଜ୍ୟସଭା ସାଂସଦ ଙ୍କ ପ୍ରତିନିଧି ରାମାରାଓ ଚୌଧୁରୀ, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ଜିଲା ପରିଷଦ ସଭ୍ୟା ମାଳତୀ ମାଝି, ବିଡିଓ ଶରତ ମାଝି, ତହସିଲଦାର ସନ୍ଧ୍ଯା ସମରଥ, ସିଡିପିଓ ଯମୁନା ଭତ୍ରା, ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଡାକ୍ତର ଡା. ସ୍ଵୟଂସିଦ୍ଧ ଦାସ ଓ ଡା. ଶମ୍ଭୁ ପ୍ରସାଦ ଶତପଥି , ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଏ.ଡି. ପ୍ରସାଦ, ଯୋଗାଣ ନିରିକ୍ଷକ ପ୍ରିୟରଞ୍ଜନ ନାୟକ, ସହକାରୀ ଯନ୍ତ୍ରୀ ବିଜୟ କୁମାର ସିଂ ଓ ସମସ୍ତ ପଞ୍ଚାୟତନିର୍ବାହୀ ଅଧିକାରୀ ଏବଂ ହିତାଧିକାରୀ ମାନେ ଉପସ୍ଥିତ ଥିଲେ |
ଏହି ଅବସରରେ ଶେଷରେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସମ୍ବନ୍ଧରେ ଏକ ଦେଶିଆ ନାଟକ ପ୍ରଦର୍ଶନ କରାଯାଇଥିଲା।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ