ଦେଶ ବିଦେଶ ରାଶିଫଳ

ଡିସେମ୍ବର ୦୪ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ମେଷ:~ ଆଜି ଭୁଲ୍ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ। ସାମାନ୍ୟ ବିଳମ୍ବିତ ସମୟରେଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବହନ ଏବଂ ବାଣିଜ୍ୟ, ଶିଳ୍ପକ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖା ଦେଇପାରେ। ଆଜି ଆପଣଙ୍କୁ ଆଶାଅନୁଯାୟୀ ଅର୍ଥ ଲାଭ, ବ୍ୟବସାୟିକ ସଫଳତା ମିଳିବ। ପରିବହନରେ ସମସ୍ୟା ସମାଧାନ ଓ କଚେରି ମାମଲାରେ ବିଜୟୀ ହେବ ନିଶ୍ଚିତ ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୮

ଗୃହିଣୀ- ସୁବିମଳ କୀର୍ତ୍ତି ଅଧିକାରୀ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବ- ସୁଯୋଗ ପ୍ରାପ୍ତ କରିବେ ।

ଛାତ୍ରଛାତ୍ରୀ- ଅନ୍ୟ ଉପରେ ରାଗ ରଖିବେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।

ବୃଷ:~ ବିଗତ ଦିନର ସମସ୍ୟା ଗୁଡିକର ସମାଧାନ ସକାଶେ ବିଭିନ୍ନ ପ୍ରକାରର ଚିନ୍ତା ମନକୁଆନ୍ଦୋଳିତ କରିବ। କୌଣସି ଖବର ପାଇ ଏତେ ଦୂର ଖୁସି ହୋଇଯିବେ ଯେ, ଯାହାକୁ ଭାଷାରେ ବର୍ଣ୍ଣନା କରିପାରିବେ ନାହିଁ। ଅଟକି ରହିଥିବା କାମଟିକୁ ପୁନଃ ଆରମ୍ଭ କରିବାକୁମନସ୍ଥ କରିପାରନ୍ତି। ଅନ୍ୟକୁ ସାହାର୍ଯ୍ୟ ପ୍ରତିଶ୍ରୁତି ଦେଇ ହାସଲ କରିବେ।

ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~ ୧

ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ।

ଛାତ୍ରଛାତ୍ରୀ- କ୍ରୀଡ଼ାରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ମିଥୁନ:~ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ। ହାତକୁ ନେଇ ଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡିପାରେ। ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ସମସ୍ୟାର ସମାଧାନ କଷ୍ଟକର ହେବ। ସହକର୍ମୀ ସାହାର୍ଯ୍ୟର ପ୍ରତିଶ୍ରୁତି ଦେଇ ଶେହ ସମୟରେ ନାସ୍ତିବାଣୀ ଶୁଣାଇ ପାରନ୍ତି।

ଶୁଭ ରଙ୍ଗ:~ ପିଚ୍, ଶୁଭ ଅଙ୍କ:~ ୩

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

କର୍ମଜୀବ- ସୁଯୋଗ ପ୍ରାପ୍ତ କରିବେ ।

ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।

ରୋଗୀ- ସୁସ୍ୱାଦୁ ଭୋଜନ ମିଳିବ ।

ଚାଷୀ- ଆର୍ôଥକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ:~ ସାଧାରଣ କଥାକୁ କେନ୍ଦ୍ର କରି ହଡବଡେଇ ଯିବେ । ଆଜିର ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସ କରି ହଇରାଣ ରେ ପଡିଯାଇ ପାରନ୍ତି। କର୍ମକ୍ଷେତ୍ରରେ କଠିନ ଶ୍ରମ, ଅତ୍ୟଧିକ ମାନସିକ ଚାପଜନିତ ସ୍ୱାସ୍ଥ୍ୟ ଭଲ ରହି ନ ପାରେ । ଅତ୍ୟଧିକ ଭାବ ପ୍ରବଣତା ହେତୁ କେତେକ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ ।

ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୭

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

କର୍ମଜୀବ- ସୁଯୋଗ ପ୍ରାପ୍ତ କରିବେ ।

ଛାତ୍ରଛାତ୍ରୀ- ଅନ୍ୟ ଉପରେ ରାଗ ରଖିବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- କର୍ମ ଲାଭଜନକ ହେବ ।

ସିଂହ:~ କଳିତରାଳ ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ। କର୍ମକ୍ଷେତ୍ରରେରତବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ମତଭେଦ କାରଣରୁ ପରିବାର ମଧ୍ୟରେ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରିବେ। କର୍ମକ୍ଷେତ୍ରରେ ଅକାରଣ ଅଭିଯୋଗ ସକାଶେ ଅନ୍ତରଙ୍ଗ ବନ୍ଧୁଟି ଉପରେ ସନ୍ଦେହ ଘନିଭୂତ ହୋଇପାରେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୨

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା:~ ଚେଷ୍ଟା କରୁଥିବା କାର୍ଯ୍ୟ ସାଧନାରେ ନିଜ ଲୋକ ସହଯୋଗ କରିବେନି। ପରିସ୍ଥିତିବଦଳି ଯିବାରୁ ଖୁସି ଅନୁଭବ କରିବେ। ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ କାମଟି ଅଟକିରହିବା କାରଣରୁ କ୍ଷୋଭ ପ୍ରକାଶ କରିବେ। ବହୁତ ଦିନରୁ ପ୍ରତୀକ୍ଷା କରିଥିବା ସରକାରୀ ସ୍ତରରୁ ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।

ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୫

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ସଠିକ୍ ନିର୍ଣ୍ଣୟ ନେବେ ।

ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।

ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।

ତୁଳା:~ ନିର୍ମାଣାଧୀନ ଗୃହ, ରାସ୍ତାକାମ ହଠାତ୍ କିଛି ଦିନ ସକାଶେ ଅଟକି ରହିଯାଇପାରେ। ଲେଖା ପଢା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ର ରେ ସୁଫଳ ପାଇବେ। ନିଜ ମନଅନୁଯାୟୀ କୌଣସି କାମ ସମ୍ପନ୍ନ ନ ହେବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ। ବିଶେଷ ଗୁରୁତର ନ ହେଲେ ମଧ୍ୟ ପରିବାରରେ ସାଧାରଣ କଥାରୁ କଳହ ସୃଷ୍ଟି ହୋଇପାରେ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୯

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା:~ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ର ଓ ଅଦାଲତର ରାୟ ସପକ୍ଷରେ ଯିବ। କର୍ମକ୍ଷେତ୍ରରେ ଅଟକିରହିଥିବା କାମଗୁଡିକ ଆଜି ହିଁ ଶେଷ କରିବାକୁ ମନସ୍ଥ କରିବେ। କର୍ମ କ୍ଷେତ୍ରରେପ୍ରତିବନ୍ଧକ ଉପୁଜିବା ଜନିତ କେତେକ ଗୁରୁତ୍ୱପୂର୍ଣ୍ଣ କାମ ସମ୍ପନ୍ନ କରିପାରିବେ ନାହିଁ। ସାଧାରନ କଥାକୁ କେନ୍ଦ୍ର କରି ପରିବାରରେ ମନାନ୍ତରର ଆଶଙ୍କା ରହିଛି ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୨

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ଅମାନିଆ ହୋଇପାରନ୍ତି ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଚାଷୀ- ଆର୍ଥିକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ ।

ଧନୁ:~ ପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ପରିବହନରେ ଉନ୍ନତି କରି ଋଣ ମୁକ୍ତ ହେବାର ସୂଚନା ରହିଛି। ଅନିଷ୍ଟ ଚିନ୍ତା ନ କରୁଥିଲେ ମଧ୍ୟ ଆତ୍ମୀୟମାନେ ଭୁଲ୍ ବୁଝି ଦୂରେଇ ଯାଉଥିବାର ଅନୁଭବ କରିପାରନ୍ତି। ସମ୍ପର୍କୀୟଙ୍କ ପ୍ରତାରଣା ପୂର୍ଣ୍ଣ କଥାକୁ ବିଶ୍ୱାସ କରି ସ୍ତ୍ରୀ ଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୭

ଚାଷୀ- ଜଳ ସଞ୍ଜୟ କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମକର:~ କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗା ଯୋଗ କଲେ ଅବଶ୍ୟ ଉପକୃତହେବେ। ବିଭିନ୍ନ କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି । କୌଣସିବିବାଦୀୟ ଘଟଣାବଳୀ ମନକୁ ଭାରାକ୍ରାନ୍ତ କରିପାରେ। ନୂତନ ଭାବେ ଆରମ୍ଭ କରିବାକୁ ମନସ୍ଥ କରିଥିବା କାମଟି ଆଦୌ ଅଟକିବ ନାହିଁ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୮

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ଅନ୍ୟ ଉପରେ ରାଗ ରଖିବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ:~ କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚଓ ବିତର୍କ ଘଟିପାରେ। ପରିବାରରଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ଆଜିପ୍ରତିଯୋଗୀତା, ପ୍ରତିଦ୍ୱନ୍ଦ୍ୱିତା, ମାଲିମୋକଦ୍ଦମା, ପ୍ରଭୃତିରେ ଆପଣଙ୍କ ସପକ୍ଷରେ ଅନୁକୂଳ ରହିବ। ଆଲୋଚନା କ୍ଷେତ୍ରରେ ସମସ୍ୟା ଦୂରେଇ ଯିବ ।

ଶୁଭ ରଙ୍ଗ:~ ବାଦାମୀ, ଶୁଭ ଅଙ୍କ:~ ୪

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ:~ ପାଖ ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ୱୀକାର କରିବାକୁ ପଡିବ। କର୍ମକ୍ଷେତ୍ରରେ ମତାନ୍ତର, ଶତ୍ରୁତା ଓ ଶିକ୍ଷା,ସନ୍ତାନ କ୍ଷେତ୍ରରେ ପ୍ରତିକୂଳତା ସୃଷ୍ଟି କରିବେ। ଆପଣଙ୍କ ସମ୍ମୁଖରେ ମିଠା କଥା କହୁଥିବା ବ୍ୟକ୍ତିଙ୍କ ଅଭିସନ୍ଧିମୂଳକ କାର୍ଯ୍ୟକଳାପ ପ୍ରତି ସଜାଗ ରହି କାମ କରିବା ଭଲ ହେବ ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୬

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବ- ସୁ ସମ୍ବାଦ ପାଇବେ ।

ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।

ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।

ଚାଷୀ- କାର୍ଯ୍ୟରେ ସଫଳତା ପାଇବେ ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ