ଅପରାଧ ରାଜ୍ୟ

ତପ୍ତପାଣି ଘାଟି ତଳକୁ ଖସିଲା ହଳଦୀ ବୋଝେଇ ଟ୍ରକ୍: ହେଲପର୍ ମୃତ, ଡ୍ରାଇଭର୍ ଫେରାର

ସାନଖେମୁଣ୍ଡି: ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଯୋକରାପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ମୋହନା(ଗଜପତି)ରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ହଳଦୀ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ଟ୍ରକ୍ ଟି ଘାଟି ତଳକୁ ଖସି ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ହେଲପରଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇବା ପରେ ଡ୍ରାଇଭର ଫେରାର ହୋଇଥିବା ଜଣାଯାଇଛି। ମୃତକଙ୍କ ନାଁ ସୁରେଶ କୁମାର ଗୁରୁ। ତାଙ୍କ ଘର ନୟାଗଡ଼ ଜିଲ୍ଲାର ସରପଡ଼ାରେ।
ଖବର ପାଇ ପାଟପୁର ଥାନା ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ଅଧିକ ତଦନ୍ତ କରୁଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।