ରାଜ୍ୟ ସ୍ପେଶାଲ ରିପୋର୍ଟ

ତାତିରୁ ମିଳିବନି ନିସ୍ତାର, ୨୧ ଯାଏ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ବର : ଏବେ ତାତିରୁ ମିଳିବନି ନିସ୍ତାର। ୨୧ ତାରିଖ ପର୍ଯ୍ୟନ୍ତ ତତଲା ତାଉଆରେ ଭାଜି ହେବ ଅଧା ଓଡ଼ିଶା। ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଅନୁଗୁଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ଭାଙ୍ଗିବ। ୪୨ ଡିଗ୍ରି ଡେଇଁଯିବ ଅଧିକାଂଶ ସହର। ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୦ ଡିଗ୍ରି ମଧ୍ୟରେ ରହିବ। ମାତ୍ର ଅସ୍ତବ୍ୟସ୍ତ କରିପକାଇବ ପ୍ରବଳ ଗୁଳୁଗୁଳି। ସ୍ଥାନେ ସ୍ଥାନେ କାଳବୈଶାଖୀ ହେବାର ସମ୍ଭାବନା ରହିଥିଲେ ମଧ୍ୟ ତାହାର କୌଣସି ସୁଫଳ ମିଳିବ ନାହିଁ। ଗ୍ରୀଷ୍ମ ପ୍ରବାହ ଜାରି ରହିବାକୁ ଥିବାରୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ଜନସାଧାରଣ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ବୁଧବାର ଦିନ ସୋନପୁର ଓ ଅନୁଗୁଳରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୪.୧ ଡିଗ୍ରି ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ୪୪ ଡିଗ୍ରି ରହିଥିଲା। ରାଜ୍ୟର ମୋଟ ୧୫ଟି ସହରର ତାପମାତ୍ରା ୪୨ ଡିଗ୍ରି ଉପରେ ରହିଥିବା ବେଳେ ୨୨ ସହରରେ ଦିନର ତାପମାତ୍ରା ୪୦ ଡିଗ୍ରି ଉପରେ ରେକର୍ଡ କରାଯାଇଛି।

ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ବାସଙ୍କ କହିବା କଥା ହେଉଛି ଯେ ସମ୍ବଲପୁର, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ଗୁରୁବାର ୪୩ ଡିଗ୍ରି ଏବଂ ଶୁକ୍ରବାର ୪୪ ଡିଗ୍ରି ଉପରେ ରହିବ। ୨୦ ଓ ୨୧ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ତାପମାତ୍ରା ୪୪ ଡିଗ୍ରି ଏବଂ ରାଉରକେଲା, ସୁନ୍ଦରଗଡ଼, ନୂଆପଡ଼ା, ଭବାନୀପାଟଣା, ଅନୁଗୁଳ ସହର ୪୩ ଡିଗ୍ରି ଡେଇଁଯାଇପାରେ। ପଶ୍ଚିମ ଓଡ଼ିଶାର ଅଧିକାଂଶ ସହର ଓ ଦକ୍ଷିଣ ଓଡ଼ିଶାର କିଛି ସହରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ଗୁରୁବାର ଉପକୂଳ ଓ ସଂଲଗ୍ନ ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ସମେତ ଅଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଢେଙ୍କାନାଳ କାମାକ୍ଷାନଗରରେ ୭୪.୨ ମିମି, ମୟୂରଭଞ୍ଜର କପ୍ତିପଦାରେ ୪୩.୦ ମିମି, ନୟାଗଡ଼ ଜିଲ୍ଲାର ନୂଆଗାଁରେ ୩୬ ମିମି, ଜଗତ୍‌ସିଂହପୁର ଜିଲ୍ଲାର ବିରିଡ଼ିରେ ୨୦ ମିମି, ଭୁବନେଶ୍ବରରେ ୮.୮ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।