Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Friday, May 26
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ତାତିରୁ ମିଳିବନି ନିସ୍ତାର, ୨୧ ଯାଏ ଜାରି ରହିବ ଗ୍ରୀଷ୍ମ ପ୍ରବାହ
    ରାଜ୍ୟ

    ତାତିରୁ ମିଳିବନି ନିସ୍ତାର, ୨୧ ଯାଏ ଜାରି ରହିବ ଗ୍ରୀଷ୍ମ ପ୍ରବାହ

    NewsLaxmi7By NewsLaxmi7May 18, 2023Updated:May 18, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର : ଏବେ ତାତିରୁ ମିଳିବନି ନିସ୍ତାର। ୨୧ ତାରିଖ ପର୍ଯ୍ୟନ୍ତ ତତଲା ତାଉଆରେ ଭାଜି ହେବ ଅଧା ଓଡ଼ିଶା। ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଅନୁଗୁଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ଭାଙ୍ଗିବ। ୪୨ ଡିଗ୍ରି ଡେଇଁଯିବ ଅଧିକାଂଶ ସହର। ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୦ ଡିଗ୍ରି ମଧ୍ୟରେ ରହିବ। ମାତ୍ର ଅସ୍ତବ୍ୟସ୍ତ କରିପକାଇବ ପ୍ରବଳ ଗୁଳୁଗୁଳି। ସ୍ଥାନେ ସ୍ଥାନେ କାଳବୈଶାଖୀ ହେବାର ସମ୍ଭାବନା ରହିଥିଲେ ମଧ୍ୟ ତାହାର କୌଣସି ସୁଫଳ ମିଳିବ ନାହିଁ। ଗ୍ରୀଷ୍ମ ପ୍ରବାହ ଜାରି ରହିବାକୁ ଥିବାରୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ଜନସାଧାରଣ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

    ବୁଧବାର ଦିନ ସୋନପୁର ଓ ଅନୁଗୁଳରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୪.୧ ଡିଗ୍ରି ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ୪୪ ଡିଗ୍ରି ରହିଥିଲା। ରାଜ୍ୟର ମୋଟ ୧୫ଟି ସହରର ତାପମାତ୍ରା ୪୨ ଡିଗ୍ରି ଉପରେ ରହିଥିବା ବେଳେ ୨୨ ସହରରେ ଦିନର ତାପମାତ୍ରା ୪୦ ଡିଗ୍ରି ଉପରେ ରେକର୍ଡ କରାଯାଇଛି।

    ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର ବିଶ୍ବାସଙ୍କ କହିବା କଥା ହେଉଛି ଯେ ସମ୍ବଲପୁର, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ଗୁରୁବାର ୪୩ ଡିଗ୍ରି ଏବଂ ଶୁକ୍ରବାର ୪୪ ଡିଗ୍ରି ଉପରେ ରହିବ। ୨୦ ଓ ୨୧ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ତାପମାତ୍ରା ୪୪ ଡିଗ୍ରି ଏବଂ ରାଉରକେଲା, ସୁନ୍ଦରଗଡ଼, ନୂଆପଡ଼ା, ଭବାନୀପାଟଣା, ଅନୁଗୁଳ ସହର ୪୩ ଡିଗ୍ରି ଡେଇଁଯାଇପାରେ। ପଶ୍ଚିମ ଓଡ଼ିଶାର ଅଧିକାଂଶ ସହର ଓ ଦକ୍ଷିଣ ଓଡ଼ିଶାର କିଛି ସହରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ଗୁରୁବାର ଉପକୂଳ ଓ ସଂଲଗ୍ନ ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ସମେତ ଅଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଢେଙ୍କାନାଳ କାମାକ୍ଷାନଗରରେ ୭୪.୨ ମିମି, ମୟୂରଭଞ୍ଜର କପ୍ତିପଦାରେ ୪୩.୦ ମିମି, ନୟାଗଡ଼ ଜିଲ୍ଲାର ନୂଆଗାଁରେ ୩୬ ମିମି, ଜଗତ୍‌ସିଂହପୁର ଜିଲ୍ଲାର ବିରିଡ଼ିରେ ୨୦ ମିମି, ଭୁବନେଶ୍ବରରେ ୮.୮ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି।

    Share. Facebook Twitter LinkedIn WhatsApp Email
    Previous Articleକାଠଯୋଡ଼ି ପାଣି କଳା: ମୂର୍ତ୍ତି ବିସର୍ଜନ ମନା, ଡ୍ରେନ୍ ପାଣି ପାଇଁ ଖୋଲା
    Next Article ରଥଖଳା ଚଳଚଞ୍ଚଳ: ଶେଷ ପର୍ଯ୍ୟାୟରେ ୪୨ ଚକ ନିର୍ମାଣ
    NewsLaxmi7
    • Website

    Related Posts

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଶାହରୁଖଙ୍କ ଫିଲ୍ମ ‘ଜୱାନ’ରେ ଏଣ୍ଟ୍ରି କରିବେ ଦୀପିକା, ଗୁରୁତ୍ବପୂର୍ଣ୍ଣ ଭୂମିକାରେ ଆସିବେ ନଜର

    June 23, 2022

    ଜାତୀୟ ରାଜପଥରେ ବୁଲୁଛନ୍ତି ହାତୀପଲ, ଘଉଡାଇବାକୁ ଉଦ୍ୟମ କରୁଛି ବନବିଭାଗ

    November 18, 2022

    ମା’ ମଙ୍ଗଳାଙ୍କ ଝାମୁଯାତ୍ରାରେ ଲାଗିଲା କଟକଣା: ଚୈତ୍ର ମାସର ୫ ମଙ୍ଗଳବାରରେ ଶ୍ରଦ୍ଧାଳୁଙ୍କୁ ମନ୍ଦିର ପ୍ରବେଶ ମନା

    March 27, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.