ରାଜ୍ୟ ସ୍ପେଶାଲ ରିପୋର୍ଟ

ତିନିଦିନିଆ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ : ଓଡ଼ିଶାରେ ଚାଲିଛି ସୁରକ୍ଷାର ପ୍ରସ୍ତୁତି

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପତି ମୁର୍ମୁ ଆଜି ଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଜଧାନୀର ବିମାନ ବନ୍ଦରରେ ସନ୍ଧ୍ୟାରେ ପହଞ୍ଚିବା ପରେ ସିଧାସଳଖ ରାଜଭବନ ଯିବେ । ଆସନ୍ତାକାଲି କଟକରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଚଣ୍ଡୀ ମନ୍ଦିର, ମଧୁସୂଦନ ସଂଗ୍ରହାଳୟ, ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ବୁଲି ଦେଖିବେ । ଓଡ଼ିଶା ହାଇକୋର୍ଟଙ୍କ ୭୫ତମ ପ୍ରତିଷ୍ଠା ପୂର୍ତ୍ତି ପାଳନ ଅବସରରେ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବେ । ଏସସିବି ମେଡିକାଲ କଲେଜର ବାର୍ଷିକ ଉତ୍ସବ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ଦ୍ରୌପଦୀ ମୁର୍ମୁଙ୍କର ଏହା ତୃତୀୟ ଓଡ଼ିଶା ଗସ୍ତ। ଫେବୃଆରୀ ୧୦ ଓ ୧୧ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶା ଆସି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି । ଗତକାଲି କମିସନରେଟ ପୁଲିସ ପକ୍ଷରୁ କାରକେଡ ରିହରସଲ କରାଯାଇଛି । ରାଷ୍ଟ୍ରପତିଙ୍କର ଓଡ଼ିଶା ଗସ୍ତ ସମୟରେ ଯେଭଳି କୌଣସି ତ୍ରୁଟି ନଦେଖାଯାଏ ସେ ନେଇ କମିସନରେଟ୍ ପୁଲିସ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏନେଇ ବ୍ଲୁ ବୁକ୍ ଆଧାରରେ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

ରାଷ୍ଟ୍ରପତିଙ୍କ ସୁରକ୍ଷା ଦୟିତ୍ୱରେ ରହିବେ ୧୨ ଜଣ ଅତିରିକ୍ତ ଡିସିପି, ୨୫ ଜଣ ଏସିପି, ୪୦ ଜଣ ଇନ୍ସପେକ୍ଟର, ୧୨୦ ସବଇନ୍ସପେକ୍ଟର ଓ ଏଏସଆଇ। ନିୟୋଜିତ ହେବେ ୩୬ ପ୍ଲାଟୁନ ପୋଲିସ। ଏହାସହ ୩ଟି କୁଇକ ରେସ୍‌ପନ୍‌ସ ଟିମ, ୨ଟି ଟାକ୍ଟିକାଲ ୟୁନିଟ ମଧ୍ୟ ରହିବ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।