କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ତୁଳସୀ କ୍ଷେତ୍ରରେ ହୋଲି ଉତ୍ସବ : ସର୍ବସାଧାରଣ ସ୍ଥାନରେ ରଙ୍ଗ ଖେଳିବାକୁ ବାରଣ

କେନ୍ଦ୍ରାପଡା ୨।୪: ଶୁକ୍ରବାର ତୁଳସୀ କ୍ଷେତ୍ରରେ ହୋଲି ଉତ୍ସବ । ଏଥିପାଇଁ କଟକଣା ଜାରି କରିଛି ଜିଲ୍ଲା ପ୍ରଶାସନ । ସକାଳ ୬ଟା ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୌରାଞ୍ଚଳ ଅଧୀନରେ ଥିବା ସମସ୍ତ ଦୋକାନ ବଜାର ବନ୍ଦ ରଖିବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି । ସେହିପରି କୌଣସି ସର୍ବସାଧାରଣ ସ୍ଥାନରେ ହୋଲି ଉତ୍ସବ ପାଳନ ଅଥବା ରଙ୍ଗ ଖେଳିବାକୁ ମଧ୍ୟ ବାରଣ କରାଯାଇଛି ।

ଶୁକ୍ରବାର ପାଳିତ ହେଉଥିବା ପଞ୍ଚୁ ଦୋଳ ଏବଂ ଛାମୁ ମେଳଣରେ ଧାର୍ଯ୍ୟ ସଂଖାରୁ ଅଧିକ ଭକ୍ତଙ୍କ ସମାଗମ ହୋଇ ପାରିବେନି ବୋଲି ନିର୍ଦ୍ଦେଶ ରହିଛି । ଏ ନେଇ କେନ୍ଦ୍ରାପଡା ପୌର ସଂସ୍ଥା ପକ୍ଷରୁ ମାଇକ ଯୋଗେ ପ୍ରଚାର କରାଯାଇ ସାଧାରଣ ଲୋକଙ୍କୁ ସଚେତନ କରାଯାଇଛି । ସହରରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି । ତେବେ ନିର୍ଦ୍ଦେଶ ଉଲଂଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପ ଜିଲ୍ଲାପାଳ ନିରଞ୍ଜନ ବେହେରା ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,