ଦେଶ ବିଦେଶ

ଦଲଜିତ ସିଂହ ଚୌଧୁରୀ ଏନ୍‌ଏସ୍‌ଜି ମହାନିର୍ଦ୍ଦେଶକ

ନୂଆଦିଲ୍ଲୀ: ୧୯୯୦ ବ୍ୟାଚ୍‌ର ଉତ୍ତରପ୍ରଦେଶ କ୍ୟାଡର ଆଇପିଏସ୍‌ ଅଧିକାରୀ ଦଲଜିତ ସିଂହ ଚୌଧୁରୀଙ୍କୁ ଶକ୍ତିଶାଳୀ ନ୍ୟାସନାଲ୍‌ ସେକ୍ୟୁରିଟି ଗାର୍ଡ (ଏନ୍‌ଏସ୍‌ଜି)ର ମହାନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଆଜି କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ନିଯୁକ୍ତି ସମ୍ପର୍କରେ ସୂଚିତ କରାଯାଇଛି। ଏହା ପୂର୍ବରୁ ଦଲଜିତ ସିଂହ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି)ର ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ତୁଲାଉଥିଲେ। ଏନ୍‌ଏସ୍‌ଜି ଭାରତର ଆତଙ୍କବାଦ ପ୍ରତିରୋଧ ଫୋର୍ସ ଭାବେ ପରିଚିତ। ଆତଙ୍କବାଦ ଓ ବିମାନ ଅପହରଣ ପ୍ରତିରୋଧ ଅଭିଯାନରେ ଏନ୍‌ଏସ୍‌ଜିଙ୍କୁ ନିୟୋଜିତ କରାଯାଇଥାଏ। ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଏନ୍‌ଏସ୍‌ଜି କମାଣ୍ଡୋଙ୍କ ଭୂମିକା ସମଗ୍ର ବିଶ୍ବରେ ପ୍ରଶଂସିତ ହୋଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ