କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦଶମୀରେ ପ୍ରବଳ ଛେଚିବ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ SRC

ଭୁବନେଶ୍ୱର : ଆସନ୍ତା ୨୮ ଘଣ୍ଟାରେ କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ତେବେ ୧୬ ଓ ୧୭ ତାରିଖରେ ବି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ।

ତେବେ ଆଜି ଉତ୍ତର ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତାକାଲି ଢେଙ୍କାନାଳ, କନ୍ଧମାଳ ଓ ରାୟଗଡ଼ାରେ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୧୫ରେ ଉପକୂଳ ଓଡ଼ିଶା ସହ ଭଦ୍ରକ, ଯାଜପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ଅନୁଗୁଳ, ଗଜପତି, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୬ରେ ପୁରୀ, ଜଗତସିଂହପୁର, ଗଞ୍ଜାମ, କନ୍ଧମାଳରେ ବର୍ଷା ହେବାର ଅନୁମାନ କରାଯାଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,