ଅପରାଧ ରାଜ୍ୟ

ଦଶମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଗୋଲାମୁଣ୍ଡା ୧୮।୮: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଘୋଟିଆ ଗାଁ ନିକଟରେ ଥିବା ଜଙ୍ଗଲରୁ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଛାତ୍ରୀ ଜଣଙ୍କ ଘୋଟିଆ ଗାଁର । ନାବାଳିକା ଛାତ୍ରୀ ଜଣଙ୍କ ଚିଚିଆ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପାଠ ପଢୁଥିଲେ ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଦିନ ମଧ୍ୟାହ୍ନ ଭୋଜନ ସମୟରେ ସେ ବାହାରକୁ ଚାଲିଯାଇଥିଲେ । ସେ ଆଉ ଘରକୁ ଫେରି ନଥିଲେ । ଝିଅ ଘରକୁ ନଫେରିବାରୁ ପରିବାରଲୋକ ବହୁ ଖୋଜାଖୋଜି କରିଥିଲେ ହେଲେ ତାଙ୍କୁ କେଉଁଠାରେ ପାଇନଥିଲେ । ତା ପରଦିନ ଗାଁ ନିକଟ ଜଙ୍ଗଲର ଏକ ଗଛରେ ଓଢଣୀରେ ଫାଶୀ ଲଗାଇ ଝୁଲୁଥିବା ଅବସ୍ଥାରେ ଲୋକେ ଦେଖିଥିଲେ । ଏହାପରେ ଝିଅର ପରିବାରଲୋକଙ୍କୁ ଖବର ଦେବାପରେ ଘଟଣାସ୍ଥଳରେ ପରିବାର ଲୋକେ ପହଞ୍ଚିଥିଲେ । ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି ।

ତେବେ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ କେହି ହତ୍ୟା କରି ଗଛରେ ଝୁଲାଇ ଦେଇଥିବା ଗୋଲାମୁଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଗୋଲାମୁଣ୍ଡା ଥାନା ଅଧିକାରୀ ଯୁଗଳ କିଶୋର ଶବର ଓ ଧର୍ମଗଡ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ୍ ଟିମ୍ ସହଯୋଗରେ ତଦନ୍ତ ଜାରି ରଖିଛନ୍ତି । ଏହି ଘଟଣାରେ ୩ ଜଣ ଯୁବକଙ୍କୁ ଗୋଲାମୁଣ୍ଡା ପୋଲିସ ଅଟକ ରଖିବା ସହ ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।