ଅପରାଧ ଦେଶ ବିଦେଶ

ଦିଲ୍ଲୀରେ ପୁଣି ଅଗ୍ନିକାଣ୍ଡ, ଜଳିଗଲା ଫର୍ଣ୍ଣିଚର ଗୋଦାମ

ନୂଆଦିଲ୍ଲୀ ୨୨/୦୫: ଦିଲ୍ଲୀ ବଜରଙ୍ଗ ଛକରେ ଭୟାବହ ଅଗ୍ନିକାଣ୍ଡ । ଫର୍ଣ୍ଣିଚର ଗୋଦାମରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଛି ।ଶନିବାର ସଂଧ୍ୟାରେ ଫର୍ଣ୍ଣିଚର ଗୋଦାମରେ ନିଆଁ ଲାଗିଯାଇଥିଲା । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲା ।

ନିଆଁ ଏତେ ଭୟଙ୍କର ଥିଲା ଯେ ୧୧ ଦମକଳ ଗାଡି ନିୟୋଜିତ ହୋଇଥିଲେ । ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ତେବେ ଅଗ୍ନିକାଣ୍ଡ କାରଣ ଜଣାପଡିନଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

ସୂଚନାଯୋଗ୍ୟ, ଦିଲ୍ଲୀରେ ଲଗାତର ଭାବେ ଅଗ୍ନିକାଣ୍ଡ ମାମଲା ବଢିବାରେ ଲାଗିଛି । ନିକଟରେ ମୁଣ୍ଡକା ଅଞ୍ଚଳରେ ଭୟଙ୍କର ନିଆଁ ଲାଗିଥିଲା । ଯେଉଁଥିରେ ୨୭ ଜଣ ଜଳି ପ୍ରାଣ ହରାଇଥିଲେ । ଅନେକ ନିଖୋଜ ହୋଇଯାଇଥିଲେ । ବିଳମ୍ବିତ ରାତି ଯାଏଁ ଅଗ୍ନିଶମ ଓ ଏନଡିଆରଏଫ ପକ୍ଷରୁ ଲୋକଙ୍କୁ ଉଦ୍ଧାର କରାଯଇଥିଲା ।

ଏହାର କିଛି ଦିନ ପରେ ଗୋବିନ୍ଦପୁରୀ ଅଞ୍ଚଳରେ ଏକ ଚଳନ୍ତା ବସରେ ନିଆଁ ଲାଗିଯାଇଥିଲା । ବସରେ ୪୦ରୁ ଅଧିକ ଯାତ୍ରୀ ଥିଲେ । ତେବେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିଲା । ଫଳରେ ଏକ ବଡ ଧରଣର ଅଘଟଣ ଟଳି ଯାଇଥିଲା । ଗୁରୁବାର ବଓ୍ୱାନାରେ ଥିବା ଏକ ଫାକ୍ଟ୍ରିରେ ମଧ୍ୟ ଭୀଷଣ ନିଆଁ ଲାଗିଯାଇଥିଲା। ଯାହାକୁ ଆୟତ୍ତ କରିବା ପାଇଁ ୧୭ଟି ଦମକଳ ବାହିନୀ କସରତ କରିଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ