ରାଜ୍ୟ ସ୍ପେଶାଲ ରିପୋର୍ଟ

ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ବର : ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଅପରାହ୍ନ ୫ଟା ୧୫ରେ ଭାରତୀୟ ବାୟୁ ସେନାର ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯାଇଛନ୍ତି।

ଅପରାହ୍ନ ୪ଟା ୪୭ରେ ରାଷ୍ଟ୍ରପତି ରାଜଭବନରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଅଭିମୁଖେ ଆସିଥିଲେ। ସେଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ‌ବିଏମ୍‌ସି ମେୟର ସୁଲୋଚନା ଦାସ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ପୁଲିସ ଡିଜି ସୁନିଲ ବଂଶଲ ତା‌ଙ୍କୁ ସୌଜନ୍ୟମୂଳକ ବିଦା‌ୟ ଜଣାଇଥିଲେ।

ସୂଚନାଯୋଗ୍ୟ ଯେ ରାଷ୍ଟ୍ରପତି ଜୁଲାଇ ୨୫ରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ଭୁବନେଶ୍ବର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।