ରାଜ୍ୟ ସ୍ପେଶାଲ ରିପୋର୍ଟ

ଦୀଘା ମୁହାଣରୁ ଏକ କ୍ୱିଣ୍ଟାଲର ବିରଳ କଇଁଛ ଉଦ୍ଧାର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୋଗରାଇ/ଉଦୟପୁର : ଭୋଗରାଇ ବ୍ଲକ୍‌ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ମୁହାଣରୁ ଗୁରୁବାର ଏକ ବିରଳ ପ୍ରଜାତିର କଇଁଛ ମୃତଦେହ ଉଦ୍ଧାର କରାଯାଇଛି। ଏହାର ଓଜନ ୧ କ୍ବିଣ୍ଟାଲ ହେବ ବୋଲି ପଶ୍ଚିମବଙ୍ଗ ବନ ବିଭାଗ ସୂତ୍ରରୁ ଜଣାପଡ଼ିଛି। ଆଜି ସକାଳେ ଏହି ବିଶାଳକାୟ ମୃତ କଇଁଛଟିକୁ ସମୁଦ୍ରକୂଳରେ ଦେଖି ମତ୍ସ୍ୟଜୀବୀମାନେ ଆଶ୍ଚର୍ଯ୍ୟଚକିତ ହୋଇ ଯାଇଥିଲେ। ଖବର ପ୍ରଚାରିତ ହେବା ପରେ କଇଁଛକୁ ଦେଖିବା ପାଇଁ ଦୀଘା ମୁହାଣକୁ ଶହଶହ ଲୋକଙ୍କ ସୁଅ ଛୁଟିଥିଲା। ମୃତ କଇଁଛକୁ ବନ ବିଭାଗ ଦୀଘା ଝାଉଁ ଜଙ୍ଗଲରେ ପୋତି ଦେଇଥିବା ସୂଚନା ମିଳିଛି। ତେବେ କଇଁଛଟିର କେମିତି ମୃତ୍ୟୁ ହେଲା, ତାହା ଏଯାଏ ସ୍ପଷ୍ଟ ହୋଇନଥିବା ବେଳେ ଗଭୀର ସମୁଦ୍ରରେ ଟ୍ରଲର କିମ୍ବା ଜାହାଜ ଧକ୍କାରେ କଇଁଛଟିର ମୃତ୍ୟୁ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।