କଳା ଓ ସଂସ୍କୃତି ଦେଶ ବିଦେଶ ଧର୍ମ ରାଜ୍ୟ

ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ଶ୍ରୀମନ୍ଦିର ପାଇଁ ନୂଆ ମାର୍ଗଦର୍ଶିକା ଜାରି

ପୁରୀ: ଶ୍ରୀମନ୍ଦିର ପାଇଁ ନୂଆ ମାର୍ଗଦର୍ଶିକା ଜାରି ହୋଇଛି। ପରିବର୍ତ୍ତିତ ଗାଇଡଲାଇନ୍ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତାକାଲିଠାରୁ ଲାଗୁ ହେବ ନୂଆ ପରିବର୍ତ୍ତିତ ମାର୍ଗଦର୍ଶିକା। ତେବେ ପବିତ୍ର ଦଶହରା ପାଇଁ କାଲି ବନ୍ଦ ରହିବ ଶ୍ରୀମନ୍ଦିର। ଶନିବାର ଗୋଷାଣି ଭସାଣି ପାଇଁ ଦିନ ୧୨ଟାରୁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ଜଣାଯାଇଛି।ଏହାଛଡ଼ା ଅକ୍ଟୋବର ଓ ନଭେମ୍ବର ମାସରେ ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ।
ରବିବାର ଶ୍ରୀମନ୍ଦିରକୁ ବିଶୋଧନ କରାଯିବ। ତେବେ କୁମାର ପୂର୍ଣ୍ଣିମାରେ ଶ୍ରୀମନ୍ଦିର ଖୋଲା ରହିବ। ନଭେମ୍ବର ୪, ୧୫ ଓ ୧୯ ତାରିଖରେ ବନ୍ଦ ରହିବ ଶ୍ରୀମନ୍ଦିର। ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକ ପୂର୍ଣ୍ଣିମାରେ ମଧ୍ୟ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ତେବେ ଅନ୍ୟଦିନମାନଙ୍କରେ ପୂର୍ବଭଳି ଶ୍ରଦ୍ଧାଳୁମାନେ ସକାଳ ୭ଟାରୁ ରାତି ୯ଟା ଯାଏଁ ଦର୍ଶନ କରିପାରିବେ। ଭକ୍ତଙ୍କ ପାଇଁ ଆରଟିପିସିଆର ନେଗେଟିଭ୍ ପ୍ରମାଣପତ୍ର ବାଧ୍ୟତାମୂଳକ। ନତୁବା ଡବଲ ଡୋଜ୍ ଟିକାକରଣ ପ୍ରମାଣପତ୍ର ବାଧ୍ୟତାମୂଳକ। କୋଭିଡ୍ ପାଇଁ ପୂର୍ବରୁ ଜାରି ହୋଇଥିବା ନିୟମ ବଳବତ୍ତର ରହିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ