ଧର୍ମ

ଦୀର୍ଘଦିନ ପରେ ଖୋଲିଲା ମା ବିରଜା ମନ୍ଦିର: କେବଳ କରିହେବ ଦର୍ଶନ, ବେଢା ପରିକ୍ରମା ମନା

ଯାଜପୁର ୦୪/୦୮: ଦୀର୍ଘଦିନ ପରେ ଖୋଲିଛି ମାଆ ଯଜପୁର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ମନ୍ଦିର । ଧିରେ ଧିରେ କୋଭିଡ ନିୟନ୍ତ୍ରଣକୁ ଆସିବା ପରେ ସରକାର ମନ୍ଦିର ଖୋଲିବା ନିଷ୍ପତ୍ତି ଜିଲାପାଳଙ୍କୁ ଦାୟିତ୍ବ ଦେଇଥିଲେ । ସେପଟେ ଦୀର୍ଘଦିନ ଧରି ମନ୍ଦିର ବନ୍ଦ ରହିବା ଫଳରେ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଦୂରତ୍ୱ ବଢିଯାଇଥିଲା । ଫଳରେ ସେବାୟତ ମାନେ ଅସୁବିଧାର ସମ୍ମୁଖିନ ହେଉଥିଲେ ।


କୋଭିଡ଼ର ଗାଇଡ଼ ଲାଇନ ମାନି ଉଭୟ ସେବାୟତ ଓ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ କରିବେ । ମା ଙ୍କ ବେଢା ପରିକ୍ରମା ନକରି କେବଳ ମାଙ୍କୁ ଦର୍ଶନ କରି ଫେରିବେ । ମାଙ୍କ ମନ୍ଦିର ଖୋଲିବାକୁ ନେଇ ବେଶ ଖୁସି ଅଛନ୍ତି ଶ୍ରଦ୍ଧାଳୁ । ସେପଟ ମାଙ୍କ ବେଢା ପରିସରରେ ବିବାହ କାର୍ଯ୍ୟକୁ ମଧ୍ୟ ବାରଣ କରିଛି ଜିଲ୍ଲା ପ୍ରଶାସନ । କରୋନା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ଥିବା ବେଳେ ଆଜି ଠାରୁ ମାଙ୍କ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ସକାଳ ୬ ଟାରୁ ରାତ୍ରି ୮ ଟା ପର୍ଯ୍ୟନ୍ତ ଭକ୍ତମାନେ ମାଙ୍କ ଦର୍ଶନ କରିପାରିବେ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା ହୋଇଥିବା ବେଳେ ଅନେକ କଟକଣା ଜାରି କରାଯାଇଛି ।

ଉଭୟ ପୁରୁଷ ଓ ମହିଳା ଶ୍ରଦ୍ଧାଳୁ ଭିନ୍ନଭିନ୍ନ ଧାଡିରେ ଆସି ମାଙ୍କ ଚଣ୍ଡି ମଣ୍ଡପରୁ ବିରଜାଙ୍କ ଦର୍ଶନ କରିବେ ଏବଂ ସିଧା ବାହାରକୁ ପ୍ରସ୍ଥାନ କରିବେ । ମନ୍ଦିର ପରିସରରେ କୌଣସି ଭକ୍ତଙ୍କୁ ରହିବାର ସୁଯୋଗ ଦିଆଯିବ ନାହିଁ । ଆସୁଥିବା ଭକ୍ତ ମାନେ ମା ଙ୍କ ପାଖରେ କୌଣସି ଭୋଗ ଲଗାଇପାରିବେ ନାହିଁ । ଭକ୍ତମାନଙ୍କ ଶାନ୍ତିପୂର୍ଣ୍ଣ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ